ପାଟଣା ( ବିଜୟ ମହାନ୍ତ),କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଥିବା ଷ୍ଟାଡିଅମ ଠାରେ ଶୁକ୍ରବାର ୭୯ତମ ବ୍ଲକ ସ୍ତରୀୟ ସାଧୀନତା ଦିବସ ପାଳିତ ହୋଇଯାଇଛି । କଲେଜ ଷ୍ଟାଡିୟମ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ବିଡିଓ ତଥା ତହସିଦାର ଅଶ୍ୱନୀ କୁମାର ନାଏକ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ଅନୁଷ୍ଠିତ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସର ରେ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କ

ପୁରସ୍କୃତ କରାଯାଇଥିଲା। ଚଳିତ ବର୍ଷ ଭଳି ସାମ୍ୱାଦିକ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷ ବୀଣାପାଣି ନାୟକ,ଥାନା ଅଧିକାରୀ ମାନସ କୁମାର ମହାକୁଳ, ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ ଙ୍କ ସମେତ ମହାବିଦ୍ୟାଳୟ ତଥା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷକ, ଶିକ୍ଷୟତ୍ରୀ , ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇ ଥିଲେ। ଶିକ୍ଷକ ପାର୍ଥ ସାରଥୀ ବେଜ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

0 Comments