ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଚଳଚଞ୍ଚଳ ପୁରଠୁ ପଲ୍ଲୀ । ଏହି ଅବସରରେ ଶ୍ରୀମନ୍ଦିରରେ ମଧ୍ୟ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠୁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ କରାଯିବ । ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ମଧ୍ୟ ଆଜି ଦିନରୁ ହିଁ ଆରମ୍ଭ ହେବ । ଏଥିପାଇଁ ଶ୍ରୀକ୍ଷେତ୍ର ଉତ୍ସବମୁଖର ରହିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

__Noto_Sans_Fallback_4cce57; font-size: 17px;">ପରମ୍ପରା ଅନୁଯାୟୀ, ଅକ୍ଷୟ ତୃତୀୟାରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ନୀତି ଆରମ୍ଭ ହୋଇଥାଏ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତମାନେ ଏକ ପଟୁଆରରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟକୁ ଆସିବା ପରେ ସେଠାରେ ରଖାଯାଇଥିବା ତିନି ଖଣ୍ଡ ଧଉରା କାଠର ଅନୁକୂଳ ବିଶ୍ଵକର୍ମା ମହାରଣା କରିବେ । ଶ୍ରୀନହର ସମ୍ମୁଖରେ ରଥନିର୍ମାଣ ପାଇଁ ରଥଖଳା ପ୍ରସ୍ତୁତ ରହିଛି ।

ଚଳିତ ବର୍ଷ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପୋଲିସ ପ୍ରଶାସନ ପକ୍ଷରୁ ଆଠ ପ୍ଲାଟୁନ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି, ତିନି ଜଣ ଡିଏସପି ଓ ୬ ଜଣ ଆଇଆଇସିଙ୍କୁ ମୁତୟନ‌ କରାଯାଇଥିବା ବେଳେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି ।

ଅନ୍ୟପଟେ ପରମ୍ପରା ଅନୁଯାୟୀ ପବିତ୍ର ଅକ୍ଷୟ ତୃତୀୟାଠୁୁ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନ ଯାତ୍ରା ଆରମ୍ଭ ହୋଇଥାଏ । ଏହି ଅବସରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହେବା ସହ ୨୧ ଦିନ ବ୍ୟାପୀ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ଭକ୍ତଙ୍କ ଗହଣରେ ଜଳକ୍ରୀଡା କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚୁପାଣ୍ଡବ । ଏଥିପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ । ଗତ ଚୈତ୍ର ପୂର୍ଣ୍ଣିମା ଦିନ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ତମାମ ବୁଡି ରହିଥିବା ନନ୍ଦା, ଭଦ୍ରା ଓ ବଜୟନ୍ତରୀ ଡଙ୍ଗାକୁ କଢାଯିବା ପରେ ବିଶ୍ବକର୍ମା ମହାରଣା, ଭୋଇ ସେବାୟତମାନେ ଡଙ୍ଗା ମରାମତି କରି ନନ୍ଦା ଓ ଭଦ୍ରା ଚାପ ନିର୍ମାଣ କାର୍ଯ୍ୟ ଶେଷ କରିଛନ୍ତି । ସେହିପରି ଚିତ୍ରକର ସେବାୟତମାନେ ମଧ୍ୟ ନରେନ୍ଦ୍ର ପୁଷ୍କରିଣୀ ପରିସରକୁ ଅତି ସୁନ୍ଦର ଭାବେ ଚିତ୍ର ଓ ରଙ୍ଗ କାର୍ଯ୍ୟ କରି ଶେଷ ସ୍ପର୍ଶ ଦେଇଛନ୍ତି । ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

0 Comments