ପାଟଣା (ବିଜୟ ମହାନ୍ତ): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଙ୍କୁରା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଦୁଷ୍ମନ୍ତ ମହାରଣା ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ସହ ଶିକ୍ଷା ଅଧିକାରୀ ବିଜୟ କୁମାର ଓଝା ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ପିତାମ୍ବର ପଲେଇ ଯୋଗ ଦେଇଥିଲେ। ସଂମାନିତ ଅତିଥି ଭାବେ ସିଲିପଦା ପଞ୍ଚାୟତ ର ସିଆର ସିସି ବେଣୁଧର ସେଠୀ, ପୂର୍ଣ
ଣ ଚନ୍ଦ୍ର ସେଠୀ, ଅଭିମନ୍ୟୁ ନାଏକ, ପରିଚାଳନା କମିଟିର ସଭାପତି ଯୁଧିଷ୍ଠିର ମହାନ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାର୍ଷିକ ବିବରଣୀ ପାଠ କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା।। ଶେଷରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନା ରେ ସକ୍ରିୟ ସହଯୋଗ କରିଥିଲେ।