ଭୁବନେଶ୍ବର: ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ବହିବା ଆରମ୍ଭ ହୋଇଛି । ଆଗକୁ ବର୍ଷାର ପରିମାଣ ଆହୁରି ବଢ଼ିବ । ୭ ତାରିଖ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବ । କିଛି ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୫୦-୬୦ କିମି ରହିବ । ଯାହାକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି ଆର୍ଥାତ ଏପ୍ରିଲ ୧ ତାରିଖରେ ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ସେହିପରି ଝଟକା ପବନ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବ । ଯାହାକୁ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ।

ସେପଟେ ୨ ତାରିଖରେ ମଧ୍ୟ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ପାଇଁ କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଜିଲ୍ଲାଗୁଡ଼ିକ ହେଉଛି, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ।

ଅନ୍ୟପଟେ ୩ ତାରିଖ ବେଳକୁ ବର୍ଷା ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ମଧ୍ୟ ବଢ଼ିବ । ଘଣ୍ଟାପ୍ରତ ପବନର ବେଗ ୪୦ରୁ ୫୦ କିମି ରହିବ । ଏଥିପାଇଁ ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି କରାଯା

ଇଛି ।

୪ ତାରିଖ ବେଳକୁ ପବନରେ ବେଗ ଆହୁରି ବଢ଼ିବ କିଛି ଜିଲ୍ଲାରେ ବର୍ଷା ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୫୦ରୁ ୬୦ କିମି ରହିବ । ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ସମ୍ବଲପୁର, ବଲାଙ୍ଗୀର, ଝାରସୁଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୩୦ରୁ ୪୦ କିମି ରହିବ ।

୫ ତାରିଖରେ ବର୍ଷାର ପରିମାଣ ବଢ଼ିବ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ଝଟକା ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିମି ରହିବ । ଏହାସହ କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ । ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୬ ତାରିଖ ବେଳକୁ ବର୍ଷାର ପରିମାଣ କମିବ । ରାୟଗଡ଼ା, କୋରାପୁଟ, ମାଲକାନାଗିରି ଓ ଗଜଜପତି ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ଅନ୍ୟପଟେ ୭ ତାରିଖରେ ମଧ୍ୟ ଗଜପତି, ରାୟଗଡ଼ା, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

 

0 Comments