କେନ୍ଦୁଝର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ବ୍ୟାପକ ସଚେତନ କରାଇବା ପାଇଁ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ପ୍ରସାର ଅଭିଯାନର ଆୟୋଜିତ କରାଯିବ। କେନ୍ଦୁଝର ଜିଲ୍ଲାରେ ଏହାର ସଫଳ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଦରବାର ହଲଠାରେ ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ନ୍ୟସ୍ତ ଥିବା ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ଓ ପଛୁଆ ବର୍ଗ କଲ୍ୟାଣ ବିଭାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଵିଶାଲ ସିଂହ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମର ରୂପରେଖ ଓ ପ୍ରାକ ପ୍ରସ୍ତୁତି ବାବଦରେ ତଥ୍ୟ ଉପସ୍ଥାପନ କରିଥିଲେ। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ କୁମାର ନାଗଭୂଷଣ ବୈଠକର ବିଷୟ ଆଲୋଚନା କରିଥିଲେ। ଜୁନ୍ ୫ରୁ ୨୦ ତାରିଖ ପର

୍ଯ୍ୟନ୍ତ କ୍ଷେତ୍ରୀୟ ସ୍ତର ଠାରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ସହିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏହାସହ ଜୁନ ୧୧ ରୁ ୧୭ ତାରିଖ ପର୍ଯ୍ୟନ୍ତ ଓରମାସ ପକ୍ଷରୁ ସ୍ଥାନୀୟ କାଳୀ ପଡ଼ିଆଠାରେ ବିକାଶ ମେଳା ଜରିଆରେ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଯିବ ବୋଲି ସୂଚନା ଦେଇଥିଲେ।

ପରେ ପରେ ମାନ୍ୟବର ମନ୍ତ୍ରୀ ଜିଲ୍ଲାରେ ଚାଲିଥିବା ବିଭିନ୍ନ ବିଭାଗର ଯୋଜନାର କାର୍ଯ୍ୟକାରିତାର ସମୀକ୍ଷା କରିଥିଲେ। ଜନକଲ୍ୟାଣକାରୀ ଯୋଜନା କିଭଳି ଭାବେ ଆହୁରି ବ୍ୟାପକ ଭାବେ ଲୋକଙ୍କ ପାଖରେ ସୁବିଧାରେ ପହଞ୍ଚି ପାରିବ ସେଥିଲାଗି ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ଅଧିକାରୀଙ୍କୁ ଆହ୍ୱାନ କରିଥିଲେ। 

ବୈଠକରେ ବନଖଣ୍ଡ ଅଧିକାରୀ ଶ୍ରୀଧନରାଜ ଏଚଡ଼ି, ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ସହରାଞ୍ଚଳ ଉନ୍ନନୟନ ସଂସ୍ଥା ଶ୍ରୀ ମିର୍ଦ୍ଧା ଟପ୍ପୋ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ, ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ, ଆଇଏଏସ ପ୍ରୋବେସନର ଶ୍ରୀ ପଵନ କୁମାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।

0 Comments