ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା  ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ  ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ମୁଖ୍ୟମନ୍ତ୍ରୀ ବିଶ୍ଵଭୂଷଣ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମ

ାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

ସେହିପରି ଛତିଶଗଡର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଙ୍କ ଅସୁସ୍ଥତା ଖବର ପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକ  ଆଇନ ମନ୍ତ୍ରୀ  ପୃଥ୍ଵୀରାଜ ହରିଚନ୍ଦନ ଙ୍କୁ ଫୋନ୍ କରି ବିଶ୍ୱଭୂଷଣ ହରିଚନ୍ଦନ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

0 Comments