କଟକ: ଓଡ଼ିଶା ହାଇକୋର୍ଟ

invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 20px;"> ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ହରୀଶ ଟଣ୍ଡନ । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି । ଆଜି (ବୁଧବାର)କଟକରେ ହାଇକୋର୍ଟ ପରିସରରେ ଆୟୋଜିତ ହୋଇଥିଲା ଶପଥ ଗ୍ରହଣ ସମାରୋହ । ଜଷ୍ଟିସ ଟଣ୍ଡନଙ୍କୁ ଶପଥ ପାଠ କରାଇଥିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ,ନଗର ଉନ୍ନୟନ ମନ୍ତ୍ରୀ, ପୂର୍ବତନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ ଏସ ଜାଭେରୀ, ଓଡ଼ିଶା ହାଇକୋର୍ଟର ସମସ୍ତ ବିଚାରପତି, ପୋଲିସ ମହାନିର୍ଦ୍ଦେଶକ ,କଟକ ଡିସିପି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ଏବଂ ରାଜ୍ୟର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଜଷ୍ଟିସ ହରୀଶ ଟଣ୍ଡନଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ । କେନ୍ଦ୍ର ସରକାରଙ୍କ ସହମତି ପରେ ମହାମହିମ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଥିଲେ । ଏହା ପୂର୍ବରୁ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ ଟଣ୍ଡନ । ଗତ ଜାନୁଆରୀ ୧୯ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡିଶା ହାଇକୋର୍ଟରୁ ଅବସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଥିଲା । ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ତୁଲାଇ ଆସୁଥିଲେ ।

୧୯୬୪ ମସିହା ନଭେମ୍ବର ୧୬ ରେ ଜଷ୍ଟିସ ଟଣ୍ଡନଙ୍କର ଜନ୍ମ । ୧୯୮୩ ମସିହାରେ କଲିକତା ବିଶ୍ବବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ ପରେ ୧୯୮୯ରେ ସେହି ବିଶ୍ବବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ । ସେହିବର୍ଷ ସେପ୍ଟେମ୍ବର ୨୬ ରେ ଓକିଲ ଭାବେ ନାମ ପଞ୍ଜିକରଣ କରି ସେ ଓକିଲାତି ଆରମ୍ଭ କରିଥିଲେ । ଦେୱାନି ମାମଲା ପରିଚାଳନାରେ ସେ ସିଦ୍ଧହସ୍ତ । ୨୦୧୦ ଏପ୍ରିଲ ୧୩ ତାରିଖରେ କଲିକତା ହାଇକୋର୍ଟରେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ସେବେଠାରୁ ଅଦ୍ୟାବଧି ସେ କଲିକତା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରି ଅନେକ ଦୃଷ୍ଟାନ୍ତମୂଳକ ରାୟ ପ୍ରଦାନ କରି ଆସିଛନ୍ତି ।

0 Comments