ମାଲକାନଗିରି: ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତରେ ଆସି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗୀକରଣ ନିମନ୍ତେ ସେ ଗୁରୁତ୍ଵାରୋପ କରିଛନ୍ତି। ଏଥିସହ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ଦେଖିଥିଲେ ମୁଖ୍ୟମନ୍ତ୍ରୀ ।

"font-family: __Noto_Sans_4cce57, __Noto_Sans_Fallback_4cce57; font-size: 17px;">ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗୀକରଣ ନିମନ୍ତେ ସେ ଗୁରୁତ୍ଵାରୋପ କରିଛନ୍ତି। ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ସେଥି ନିମନ୍ତେ ପ୍ରଯତ୍ନ ହେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗକୁ ପ୍ରତିହତ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ କୁହାଯାଇଛି ।

ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ ଜିରୋ କାଜୁଆଲିଟି ସମ୍ଭବ ହୋଇପାରିଛି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତିଦିନ ପାଣିପାଗ ବିଭାଗ ଠାରୁ ପ୍ରାପ୍ତ ସୂଚନା ଅନୁଯାୟୀ ସତର୍କ ସୂଚନା ସଂପୃକ୍ତ ଜିଲ୍ଲାମାନଙ୍କୁ ନିରନ୍ତର ଭାବେ ପ୍ରେରଣ କରାଯାଉଥିଲା । ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହିଭଳି ସମ୍ବେଦନଶୀଳ ସମୟରେ ଓଡ୍ରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସେବା ପ୍ରଶଂସନୀୟ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି କି, ‘ଓଡ଼ିଶା ରିଲିଫ୍ କୋଡ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହଯୋଗ ରାଶି ପ୍ରଦାନ କରାଯିବ ।’

ପ୍ରବଳ ବର୍ଷାରେ ଜିଲ୍ଲାରେ ବ୍ୟାପକ କ୍ଷତି ଘଟାଇଛି । ଅନେକ ଅଞ୍ଚଳରେ ପାଣି ପଶିଯାଇଛି । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ଦେଖିଥିଲେ । ସାଥିରେ ରାଜସ୍ବ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

0 Comments