ଭୁବନେଶ୍ବର : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲେଶ୍ବର ଲୋକସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଧାନ ସଭା କ୍ଷେତ୍ରରେ ଧୂଅଁଧାର ପ୍ରଚାର କରିଛନ୍ତି । ଏହି ପ୍ରଚାର ସମୟରେ ସେ ବିଜେପିକୁ ତୀବ୍ର ଆକ୍ରମଣ କରିବା ସହିତ ଗତ ୧୦ ବର୍ଷରେ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଅପାରଗତା ବିଷୟରେ ଜନତାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ପାଣ୍ଡିଆନ କହିଥିଲେ ଯେ ବିଜୁ ଜନତା ଦଳ ଏବଂ ଆମର ପ୍ରିୟ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ବାସ କରନ୍ତି । ମୁଖ୍ୟମନ୍ତ୍ରୀ ମୋତେ କାମର ହିସାବ ଦେବା ପାଇଁ ଆପଣଙ୍କ ପାଖକୁ ପଠାଇଛନ୍ତି । ପଞ୍ଚଲିଙ୍ଗେଶ୍ବର ମନ୍ଦିରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୬ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ, ନୀଳଗିରି ଜଗନ୍ନାଥ ମନ୍ଦି

ର ପାଇଁ ୧ କୋଟି, ଶାଳନ୍ଦୀ ବାମପାର୍ଶ୍ବ କେନାଲ ପାଇଁ ୨୭୦ କୋଟି ଟଙ୍କା ମଞ୍ଜୁର କରି ନୀଳଗିରି ଅଞ୍ଚଳର ବିକାଶକୁ ଆହୁରି ଆଗକୁ ନେଇଛନ୍ତି ।

ଜୁନ ୯ ତାରିଖରେ ଆମର ପ୍ରିୟ ମୁଖ୍ୟମନ୍ତ୍ରୀଙ୍କର ଶପଥ ଗ୍ରହଣ କଥା ଶୁଣି ବିରୋଧୀଙ୍କର ନିଦ ଭାଙ୍ଗିଯାଇଛି । ସେମାନେ ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି, ଆଶାଳୀନ ଭାଷାରେ ଗାଳିଗୁଲଜ କରୁଛନ୍ତି । ଆପଣମାନେ ସେମାନଙ୍କ ଏହି ଔଦ୍ଧତ୍ୟର ଉଚିତ ଜବାବ ଦେବେ ବୋଲି ଶ୍ରୀ ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ।

ଶେଷରେ ଶ୍ରୀ ପାଣ୍ଡିଆନ ଜୁନ ପହିଲା ଦିନ ବହୁ ସଂଖ୍ୟାରେ ଭୋଟ କେନ୍ଦ୍ରକୁ ଆସି ବିଜୁ ଜନତା ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଆଶୀର୍ବାଦ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

0 Comments