ଭୁବନେଶ୍ଵର : ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ । ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ । ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ ।

_Noto_Sans_fba9a0, __Noto_Sans_Fallback_fba9a0; font-size: 20px;">ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି । "ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ," ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ) ପକ୍ଷରୁ ଏନେଇ ପ୍ରେସ୍ ରିଲିଜ ଜାରି ହୋଇଛି ।


0 Comments