ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଛି । ଏହା ଆଜି (ବୁଧବାର) ରାତି ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମୀକ୍ଷା ବୈଠକ କରିଛନ୍ତି । ସ୍ଥିତି ଉପରେ ନିରନ୍ତର ନଜର ରଖିବା ସହିତ ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି ।
ଏହାକୁ ଦୃଷ୍ଟିରେ ରଖି ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭ
ଗର ମନ୍ତ୍ରୀ ସୁରେଶ ପୂଜାରୀ State Emergency Operations Centre ବା SEOC ସମ୍ମିଳନୀ କକ୍ଷରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି । ଏହାର ମୁକାବିଲା କରିବା ପାଇଁ ପ୍ରଶାସନ ପ୍ରସ୍ତୁତ ଥିବାବେଳେ ଜନସାଧାରଣଙ୍କ ଧନଜୀବନ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି । ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଥିବାରୁ ସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି । ବିଭିନ୍ନ ଜିଲ୍ଲାରେ ୩୩ଟି
ଓଡ୍ରାଫ୍ ଟିମ୍ ମୁତୟନ ହୋଇଥିବା ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, "ସମସ୍ତ ପ୍ରାକୃତିକ ବିପର୍ଯ୍ୟୟରେ ଆମର ଏକମାତ୍ର ନୀତି ହେଉଛି-‘ଜିରୋ କାଜୁଆଲ୍ଟି’ । ତେଣୁ, ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରକ୍ଷାକରି ଏହି ପରିସ୍ଥିତିର ମୁକାବିଲା କରିବା ଆବଶ୍ୟକ । ଲୋକଙ୍କ ଧନଜୀବନ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ୱ ଆରୋପ କରିଛନ୍ତି । ଜଳବନ୍ଦୀ କ୍ଷେତ୍ରରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଏବଂ ସେମାନଙ୍କୁ ଉପଯୁକ୍ତ ରିଲିଫ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଯଦିଓ ବାତ୍ୟାର ସମ୍ଭାବନା ନାହିଁ, ତଥାପି ସମସ୍ତ ପ୍ରକାର ସତର୍କତାମୂଳକ ବ୍ୟବସ୍ଥା ସହ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଶକ୍ତି, ବାଣିଜ୍ୟ ଓ ପରିବହନ, ନିର୍ମାଣ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗକୁ ମଧ୍ୟ ଆବଶ୍ୟକ ପ୍ରସ୍ତୁତି ସହ ସଜାଗ ରହିବାକୁ କୁହାଯାଇଛି । ଅବପାତ ଯୋଗୁ ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୨୫ ତାରିଖ ପରେ ପରିସ୍ଥିତିରେ ସୁଧାର ଆସିବ ବୋଲି ଆଶା କରାଯାଉଛି । ଲୋକସେବା ଭବନରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ ।