ଭୁବନେଶ୍ବର: ପଶ୍ଚିମବଙ୍ଗର ଦିଘାରେ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠାକୁ ନେଇ ବିବାଦ ସୃଷ୍ଟି ହୋଇଛି । ଶ୍ରୀଜଗନ୍ନାଥଙ୍କ ଧାମ କହିବା ଓ ମହାପ୍ରଭୁଙ୍କ ମୂର୍ତ୍ତି ନିର୍ମାଣକୁ ନେଇ ବିଭିନ୍ନ ତର୍କ ବିତର୍କ ଲାଗି ରହିଛି । ଏନେଇ ଆକ୍ସନ ମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର । ଦିଘାରେ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା ବାବଦରେ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରିବାକୁ ନିର୍ଦ୍ଦେଶ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
ଆଇନ ମନ୍ତ୍ରୀ
a-position: ; --tw-gradient-to-position: ; --tw-ordinal: ; --tw-slashed-zero: ; --tw-numeric-figure: ; --tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;"> ପୃଥ୍ୱୀରାଜ ହରିଚନ୍ଦନ
ଚିଠିରେ ଦର୍ଶାଇଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଦ୍ୱନ୍ଦ୍ବାତ୍ମକ ତଥ୍ୟ ସବୁ ଗଣମାଧ୍ୟମରେ ପ୍ରଚାରିତ ହେଉଛି । ଶ୍ରୀଜଗନ୍ନାଥଙ୍କର ମନ୍ଦିର ଦିଘାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଚର୍ଚ୍ଚାହେବା ବିଷୟ ସମ୍ପୂର୍ଣ୍ଣ ଅଗ୍ରହଣୀୟ ଅଟେ । ଏଭଳି କଥା ଗୁଡ଼ିକ ଜଗନ୍ନାଥପ୍ରେମୀ ଭକ୍ତ ସମାଜ ଓ ଓଡ଼ିଶାର ସାଢ଼େ ଚାରିକୋଟି ଜନତାଙ୍କ ମନରେ କଷ୍ଟ ଦେଇଛି । ସଂପୂର୍ଣ୍ଣ ଘଟଣା ଉପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏକ ଅନ୍ତରୀଣ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରିବାକୁ ମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ।
ଏହି ଘଟଣାରେ ଯଦି କେହି ଦୋଷୀ ସାବ୍ୟସ୍ତ ହେଉଛନ୍ତି ବା ଜ୍ଞାତସାରରେ ଥାଇ ଏଭଳି ଘଟଣା ଘଟାଉଛନ୍ତି ସେ ବାବଦରେ ରାଜ୍ୟ ସରକାରଙ୍କ ଅନୁମତି କ୍ରମେ ଦଣ୍ଡବିଧାନ କରିବାର ପ୍ରାବଧାନ କରିବାକୁ ମନ୍ତ୍ରୀ ତାଙ୍କ ଚିଠି ଜରିଆରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ କହିଛନ୍ତି ।
ଦିଘାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା କରିଛନ୍ତି । ଯାହାର ନାମ ଦିଆଯାଇଛି ଜଗନ୍ନାଥ ଧାମ । ଏହା ସହ ସେବାୟତ ଯୋଗ ଦେବା ସହ ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ନେଇ ବିବାଦ ସାମ୍ନାକୁ ଆସିଛି । ଯାହା ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି ।