କଟକ: ଏସସିବି ମେଡିକାଲ ଟ୍ରମା କେଆର ଆଇସିୟୁରେ ଭୟାବହ ଅଗ୍ନିକାଣ୍ଡ ଘଟି 10 ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ପାଇ ମୁଖ୍ୟମନ୍ତ୍ରୀ ଘଟଣା ସ୍ଥଳରେ ପହଁଚିଛନ୍ତି । ପରିଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏହାସହ ଅନ୍ୟ ରୋଗୀମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ
ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରତ୍ୟେକଙ୍କ ନିକଟତମ ଆତ୍ମୀୟ ଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ଆଇସିୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, "ରାଜ୍ୟର ସମସ୍ତ ହସ୍ପିଟାଲ ଗୁଡିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା କରିବାପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି । ଚଳିତ ବଜେଟରେ ମଧ୍ଯ ଏଥିପାଇଁ ୩୨୦ କୋଟି ଟଙ୍କାର ଆର୍ଥିକ ବ୍ୟବସ୍ଥା କରାଯାଇଛି । ହସ୍ପିଟାଲ ଗୁଡିକରେ ଅଗ୍ନି ନିର୍ବାପକ କାମ ଜାରି ରହିଛି । ଏଥିପାଇଁ ଆଗାମୀ ବଜେଟରେ ମଧ୍ଯ ୪୦୦ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ।" ଏହାସହ ଏସସିବି ମେଡିକାଲ ଅଗ୍ନି ନିର୍ବାପକ ବ୍ୟବସ୍ଥାକୁ ପ୍ରତ୍ୟେକ୍ଷ ଭାବେ ତଦାରଖ କରି ତୁରନ୍ତ ଫାୟର କଂପ୍ଲେଣ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଗ୍ନିଶମ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
କଟକ ଏସସିବି ମେଡ଼ିକାଲ କଲେଜ ଅଗ୍ନିକାଣ୍ଡ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ନବୀନ । ଗୁରୁତର ଆହତଙ୍କ ଆରୋଗ୍ୟ କାମନା ସହ ସର୍ବୋତମ ଚିକିତ୍ସା ଦାବି କରିଛନ୍ତି ସେ । କଟକ ମେୟର ଓ ଟାଙ୍ଗି ଚୌଦ୍ୱାର ବିଧାୟକଙ୍କୁ ଘଟଣା ସ୍ଥଳରେ ପହଞ୍ଚି ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।