ଭୁବନେଶ୍ବର: ଆଗାମୀ ୫ ଦିନ ଯାଏଁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । ବର୍ଷା ସମୟରେ ଘରୁ

ନବାହାରିବାକୁ ନେଇ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କତା ରହିବାକୁ ପରାମର୍ଶ ଦେଇଛି । ଆସନ୍ତାକାଲି(ଶୁକ୍ରବାର) ସକାଳ ସାଢେ ୮ ଟା ପର୍ଯ୍ୟନ୍ତ ସତର୍କତା ହୋଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ ଏବଂ ଯାଜପୁର ଭଳି ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ବହିବ ପବନ । ଝଡବର୍ଷା ସହ କୁଆପଥର ବୃଷ୍ଟି ନେଇ ଚେତାବନୀ ଦିଆଯାଇଛି । ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡା ଏବଂ ଦେବଗଡ଼। ଏହିସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ପବନ ବହିବ । ବଜ୍ରପାତ ସମୟରେ ବାହାରେ ନ ବୁଲିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

ବିଜୁଳି ଘଡଘଡି ପାଇଁ ବାଲେଶ୍ୱର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଆସନ୍ତାକାଲି ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୋଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ବରଗଡ଼ ଆଦି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ ।

0 Comments