ntrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_4cce57, __Noto_Sans_Fallback_4cce57; font-size: 17px;">ବ୍ରହ୍ମପୁର: ବିଷାକ୍ତ ମଦ ପିଇ ୧୪ରୁ ଅଧିକ ଲୋକ ଅସୁସ୍ଥ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଚିକିଟି ଏନ୍‌ଏସି ଅନ୍ତର୍ଗତ ଜେନାପୁର ଓ କରବାଲୁଆ ଗ୍ରାମରେ । ସମସ୍ତ ଅସୁସ୍ଥଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ବିଷାକ୍ତ ମଦ୍ୟପାନ କରିବା ପରେ ଗତକାଲି (ସୋମବାର) ସନ୍ଧ୍ୟାରେ ସମସ୍ତ ଅସୁସ୍ଥ ହୋଇପଡ଼ିବା ସହ ସେମାନଙ୍କୁ ଝାଡ଼ାବାନ୍ତି ହୋଇଥିଲା । ଏହାସହ ମୁଣ୍ଡ ବୁଲାଇଥିଲା ଓ ପେଟରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ହସପିଟାଲରେ ଭର୍ତ୍ତି ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି । ୨ ଜଣଙ୍କର ଅବସ୍ଥା ଗୁରୁତର ଥିବା ବେଳେ, ଅନ୍ୟମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି ।

0 Comments