ଭୁବନେଶ୍ବର: ଓଡ଼ିଶାରେ ଆସନ୍ତାକାଲିଠାରୁ 13 ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ଲହରୀ ସହ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବାର ସମ୍ଭାବନା ରହିଛି । ଫଳରେ ତାତି ବଢ଼ିବା ସହ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଏହା ସହ ଝାଞ୍ଜି ପବନ ବହିବାର ସମ୍ଭାବନା ରହିଛି । ଯାହାକୁ ନେଇ କିଛି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେପଟେ 13 ତାରିଖ ଯାଏଁ ବର୍ଷା ପାଇଁ କୌଣସି ସତର୍କତା ଜାରି ହୋଇ ନଥିବା ବେଳେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ଆସନ୍ତାକାଲି (8 ତାରିଖ) କିଛି ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼

ି ଓ ଝଟକା ପବନ 30ରୁ 40 କିମି ବେଗରେ ବହିବାର ସମ୍ଭାବନା ରହିଛି । ଯାହାକୁ ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ହେବାର ସମ୍ଭାବନା ରହିଛି । ଫଳରେ ଏସବୁ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଯାହାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

9 ତାରିଖରେ ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବା ସମ୍ଭାବନା ରହିଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ସ୍ଥିତ ରହିବାର ସମ୍ଭାବନା ରହିଛି । ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେପଟେ 10 ତାରିଖ ବେଳକୁ ତାତି ଆହୁରୁ ବଢ଼ିବ । ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀରର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି । ଏହାସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ସ୍ଥିତ ରହିବ । ଫଳରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଭିତରେ ରଖିଛି ।

12 ଓ 13 ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବ । ଏହି 2 ଦିନ ପାଇଁ 7ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲାଗୁଡ଼ିକ ହେଉଛି, ଝାରସୁଗୁଡ଼ା, ସୁନ୍ଦରଗଡ, ବରଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର । ସେହିପରି ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟରେ ରଖାଯାଇଛି ।

0 Comments