ଭୁବନେଶ୍ବର: ବର୍ଷାରେ ଭିଜୁଛି ରାଜ୍ୟ । ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା ଥିବାବେଳେ ଗରମରୁ ମିଳିଛି ଆଶ୍ବସ୍ତି । ଆଜି କେତେକ ସ୍ଥାନରେ କୋହଲିଆ ପାଗ ସହ ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ବିଜୁଳି ଘଡଘଡି ପବନ ସହ କୁଆପଥର ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ।
ଆଞ୍ଚଳିକ
--tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
କହିଛନ୍ତି, "ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମା ଝଡ ସହ ଟ୍ରପ ଲାଇନ ଯୋଗୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ଦେଖିବାକୁ ମିଳିବ ।" ଘଡଘଡି ବିଜୁଳି ଘଡଘଡି ସହ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି ।
କୁଆପଥର ବର୍ଷାକୁ ନେଇ ବି ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ସହ କୁଆପଥର ବର୍ଷା ହୋଇପାରେ । ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବିଜୁଳି ଘଡଘଡି ସହ ବର୍ଷା ନେଇ ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଜଗତସିଂହପୁର ଓ କଟକ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ ଆଜି ଠାରୁ ୨୨ ତାରିଖ ଯାଏଁ ରାଜ୍ୟରେ ଘଡ଼ଘଡି଼ ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏଥିପାଇଁ କାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ, ଯାଜପୁର ଓ ଢେଙ୍କାନାଳ ଆଦି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଅନୁଗୋଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଭଳି ୧୨ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।