ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ଉତ୍ତର ପ୍ରଦେଶରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଥିବା ଟ୍ରଫ୍ ଲାଇନ୍‌ ଏବେ ଉତ୍ତର ହରିୟାଣାରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଦକ୍ଷିଣ ଉତ୍ତରପ୍ରଦେଶ ଦେଇ ଗତି କରୁଛି । ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ, ଝାଡ଼ଖଣ୍ଡ, ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ପରିସର ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉପରେ ରହିଛି । ଯାହା ପ୍ରଭାବରେ ଓଡ଼ିଶାରେ କାଲିଠାରୁ ବର୍ଷା ବଢ଼ିବ । କିଛି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି ।

କାଲିଠାରୁ ବର୍ଷା ବଢିବ । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ 

-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ କଟକ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଦେବଗଡ଼, ବରଗଡ଼, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

14 ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

0 Comments