ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ  ଅବପାତ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଆଡ଼କୁ ଗତି କରି ଆଜି ସକାଳ ୮ଟା ୩୦ରେ ଅକ୍ଷାଂଶ ୧୭.୯° ଉତ୍ତର ଏବଂ ଦ୍ରାଘିମା ୮୬.୦° ପୂର୍ବ ନିକଟରେ କେନ୍ଦ୍ରୀଭୂତ ହୋଇଛି। ଏହା ଗୋପାଳପୁର (ଓଡ଼ିଶା)ର ଦକ୍ଷିଣ-ପୂର୍ବରେ ପ୍ରାୟ ୨୦୦ କିମି, କଳିଙ୍ଗପଟ୍ଟନମ୍ (ଆନ୍ଧ୍ରପ୍ରଦେଶ)ର ପୂର୍ବ-ଦକ୍ଷିଣପୂର୍ବରେ ୨୦୦ କିମି,

text-align: justify; background-color: transparent; box-sizing: border-box; color: rgb(226, 57, 64); text-decoration: underline 1px rgb(226, 57, 64); cursor: pointer; margin: 0px auto; max-width: 687px; transition: text-decoration 0.25s, opacity 0.25s;">ପୁରୀ (ଓଡ଼ିଶା)ର ଦକ୍ଷିଣରେ ୨୧୦ କିମି ଏବଂ ବିଶାଖାପାଟଣା (ଆନ୍ଧ୍ରପ୍ରଦେଶ)ର ପୂର୍ବରେ ୨୯୦ କିମି ଦୂରରେ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବାର ବହୁ ସମ୍ଭାବନା ରହିଛି। 

କ୍ରମାଗତ ଭାବେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଏହା ଏକ ଗଭୀର ଅବପାତ ରୂପେ ୨୩ ତାରିଖ ରାତିରୁ ୨୪ ସେପ୍ଟେମ୍ବର ୨୦୨୬ ପ୍ରାକ୍ ପ୍ରତ୍ୟୂଷ ମଧ୍ୟରେ ବିଶାଖାପାଟଣା ଏବଂ ଗୋପାଳପୁର ମଧ୍ୟବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

0 Comments