ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏହା ସକ୍ରିୟ ରହିଛି । ପରେ 2 ଦିନରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଓ ଉତ୍ତର-ପଶ୍ଚିମ ଦେଇ ଉତ୍ତର ଓଡିଶା, ଝାଡଖଣ୍ଡ ସହ ଗ୍ୟାଙ୍ଗଟିକ ପଶ୍ଚିମବଙ୍ଗ ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳକୁ ଗତି କରିବ । ଯାହାର ପ୍ରଭାବରେ ଆଗାମୀ 4ରୁ 5 ଦିନ ଯାଏଁ ବର୍ଷା ଲାଗି ରହିବ । ଜୁଲାଇ 4 ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି ।

ଆଗାମୀ 24 ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ସହିତ କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ନେଇ 7 ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ନବରଙ୍ଗପୁର, କଳାହାଣ୍ଡି, କଳାହାଣ୍ଡି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, ନୂଆପଡ଼ା, ଝାରସୁଗୁଡା, ବାଲେଶ୍ବର, ଭଦ୍ରକ, ଗଜପତି, ଦେବଗଡ଼, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାକୁ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାକୁ ପ୍ରବଳ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ କରାଯାଇଥିବା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି 30-40 କିମି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆସନ୍ତାକାଲି (ଜୁଲାଇ 1) ପାଇଁ 3 ଜିଲ୍ଲା 

p-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ଅନୁଗୋଳ ଓ ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ରହିଛି । କେବଳ ବଜ୍ରପାତ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ଢେଙ୍କାନାଳ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୱାର୍ଣ୍ଣିଂ ଜାରି କରାଯାଇଥିବା ସବୁ ଜିଲ୍ଲାରେ ପବନର ବେଗ 30-40 କିମି ରହିବାର ସମ୍ଭାବନା ରହିଛି ।

ଜୁଲାଇ 2 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ 2 ଜିଲ୍ଲା ସୁନ୍ଦରଗଡ଼ ଓ ଝାରସୁଗୁଡାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

0 Comments