ଭୁବନେଶ୍ବର: ୪୪ତମ ହାଇ ଲେବଲ କ୍ଲିଅରାନ୍ସ ଅଥରିଟି- HLCA ବୈଠକରେ ୪୪ ହଜାର ୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମଞ୍ଜୁରୀ । ୮ଟି ଜିଲ୍ଲାରେ ୧୦ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବା ବେଳେ ସେଥିରୁ

ସୃଷ୍ଟି ହେବ ପ୍ରାୟ ୯,୦୦୦ ନିଯୁକ୍ତି । ଅନୁମୋଦିତ ପ୍ରକଳ୍ପରେ ନବୀକରଣୀୟ ଶକ୍ତି ଏବଂ ସେମିକଣ୍ଡକ୍ଟର କ୍ଷେତ୍ରକୁ ଗୁରୁତ୍ୱ ଖୋର୍ଦ୍ଧାରେ ହେବ ସେମିକଣ୍ଡକ୍ଟର ମେମୋରି ଚିପ୍, ହାଇ ପରଫର୍ମାନ୍ସ ମ୍ୟାଗନେଟ୍ ଉତ୍ପାଦନ ପ୍ଲାଣ୍ଟ । ପୁଞ୍ଜି ଆକର୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୩-ସୂତ୍ରୀ ଆକ୍ସନ ପ୍ଲାନ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଛି ୪୪ ତମ ହାଇ ଲେଭେଲ କ୍ଲିଅରାନ୍ସ ଅଥରିଟି ବୈଠକ । ଲୋକସେବା ଭବନରେ ଆଜି ଅନୁଷ୍ଠିତ ବୈଠକରେ ୪୪, ୨୦୦ କୋଟି ଟଙ୍କାର ୧୦ଟି ପ୍ରକଳ୍ପକୁ ମଞ୍ଜୁର ମିଳିଛି । ରାଜ୍ୟର ୮ଟି ଜିଲ୍ଲାରେ ଏହି ୧୦ଟି ପ୍ରକଳ୍ପ ସ୍ଥାପନ କରାଯିବ । ଯାହା ଦ୍ୱାରା ପ୍ରାୟ ୯ ହଜାର ନିଯୁକ୍ତି ସୃଷ୍ଟି ହେବ । ଏହି ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, ପୁରୀ, ନୟାଗଡ଼, କଳାହାଣ୍ଡି ଓ ଦେବଗଡ଼ । ରେଆର ଆର୍ଥ ମାନୁଫାକ୍ଚରିଙ୍ଗ୍, ସେମିକଣ୍ଡକ୍ଟର, ସିମେଣ୍ଟ, ଟେଲିକମ୍ ଭିତ୍ତିଭୂମି, ଅଟୋମୋବାଇଲ ଓ ଅଟୋକମ୍ପୋନେଣ୍ଟ ଏବଂ ଶକ୍ତି ଓ ନବୀକରଣୀୟ ଶକ୍ତି କ୍ଷେତ୍ରରେ ନିବେଶ ପ୍ରସ୍ତାବ ଗୁଡ଼ିକୁ ମଞ୍ଜୁର କରାଯାଇଛି ।

ବୈଠକରେ ପୁଞ୍ଜି ଆକର୍ଷଣ ଓ ପୁଞ୍ଜି ପ୍ରସ୍ତାବ କାର୍ଯ୍ୟକାରୀ କରିବାରେ ଓଡ଼ିଶାର ଉଚ୍ଚ ପ୍ରଦର୍ଶନ ପାଇଁ ସନ୍ତୋଷ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, "ଓଡ଼ିଶା ଏବେ ପାରମ୍ପରିକ ଶିଳ୍ପ ବ୍ୟତୀତ ଆଧୁନିକ, ଟେକ୍ନୋଲୋଜି ପରିଚାଳିତ କ୍ଷେତ୍ର ଉପରେ ଗୁରୁତ୍ୱ ପ୍ରଦାନ କରୁଛି । ଏହି HLCA ଗୁଡ଼ିକ ଜରିଆରେ ଆମେ ଏବେ ଉଦୀୟମାନ ଶିଳ୍ପ କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି କରିପାରୁଛୁ । ବିଶେଷକରି ଆଧୁନିକ ମାନୁଫାକ୍ଚରିଂ ଓ ନବୀକରଣୀୟ ଶକ୍ତି ଉତ୍ପାଦନରେ ଓଡ଼ିଶାର ସ୍ଥିତି ସୁଦୃଢ଼ ହେଉଛି । ଏହା ଦ୍ୱାରା ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ତ୍ୱରାନ୍ୱିତ ହୋଇପାରୁଛି ।

0 Comments