ଭୁବନେଶ୍ବର: ବର୍ଷାରୁ ମିଳିବ ଆସ୍ବସ୍ତି ,ଖୁବଶୀଘ୍ର ହେବ ପାଗରେ ପରିବର୍ତ୍ତନ । ରାଜ୍ୟରେ କମିବ ବର୍ଷାର ପରିମାଣ,ବଢିବ ତାପମାତ୍ରା । ଆସନ୍ତାକାଲି ଠାରୁ ଓଡ଼ିଶାରେ କୌଣସି ପାଣିପାଗ ସତର୍କତା ନାହିଁ । ଲଘୁଚାପ ପ୍ରଭାବ ହଟିବା ପରେ ଏଣିକି କମିବ ବର୍ଷା । ଆସନ୍ତା 1 ତାରିଖରୁ ବର୍ଷାର ପରିମାଣ କମିବ । ଆଗାମୀ ଦୁଇ ଦିନ ପରଠୁ ବଢିବ ତାପମାତ୍ରା । ୨ ରୁ ୪ଡିଗ୍ରୀ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ସର୍ବାଧିକ ବଡଗଡରେ ୫୭ ମିମି ବର୍ଷା ରେକର୍ଡ କରାଯାଇଛି ।

ଆଞ୍ଚଳିକ 

position: ; --tw-ordinal: ; --tw-slashed-zero: ; --tw-numeric-figure: ; --tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 21px !important;">ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,"ମୌସୁମୀ ଛୁଇଁବା ପରେ ରାଜ୍ୟରେ ବିଗତ ସାତ ଦିନ‌ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଏବେ ଲଗାଣ ବର୍ଷାରେ ଲାଗିବ ବ୍ରେକ । ଏନେଇ ଆଗକୁ ସେଭଳି ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ମୋସୁମୀ ଜନିତ ବର୍ଷା ପରିମାଣ ମଧ୍ୟ ସେଭଳି‌ ଦେଖିବାକୁ ମିଳିବ ନାହିଁ । ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ଅଧିକ ବର୍ଷା ବରଗଡ଼ ୫୭ ମିମି ବର୍ଷା ରେକର୍ଡ କରଯାଇଛି । ସେପଟେ ଆସନ୍ତା ୨୪ ଘଣ୍ଟାରେ କାଁଭାଁ କିଛି ସ୍ଥାନରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି । ୩୫ରୁ ୪୦ କିମି ବେଗରେ ଝଟକା ଝଟକା ପବନ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗୀର, କେନ୍ଦୁଝର, ଦେବଗଡ, ଭଦ୍ରକ କେନ୍ଦ୍ରାପଡା, ଯାଜପୁର, ସୁନ୍ଦରଗଡ, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ, ନବରଙ୍ଗପୁର ଏବଂ ରାୟଗଡାରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେପଟେ ସୁନ୍ଦରଗଡ଼ରେ ସର୍ବାଧିକ ୩୬.୫ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାୟଗଡ଼ାରେ ୨୨.୬ଡିଗ୍ରୀ ସେଲସିୟସରୁ ରେକର୍ଡ ହୋଇଛି ‌। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୫ ରୁ ୬ଡିଗ୍ରୀ ସେଲସିୟସ ହ୍ରାସ ପାଇଥିଲା । ଓଡିଶାର କିଛି ସ୍ଥାନରେ ସ୍ବାଭାବିକଠୁ ୫ରୁ ୬ଡିଗ୍ରୀ ସେଲସିୟସ ତାପମାତ୍ରା ହ୍ରାସ ରହିଥିବା ବେଳେ ଉପକୂଳ ଜିଲ୍ଲାମାନଙ୍କରେ ସ୍ବାଭାବିକଠାରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମ ରହିଥିଲା ।"


0 Comments