ଶିମିଳିପାଳ ଅଭୟାରଣ୍ୟକୁ ପୁଣି ଏକ ନୂଆ ଅତିଥି ଆସିଛନ୍ତି । ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିଲା ଆଉ ଗୋଟିଏ ବାଘୁଣୀ 'ଜୀନତ୍'। ବାଘୁଣୀକୁ ମହାରାଷ୍ଟ୍ରରୁ ଅଣାଯାଇ ଶିମିଳିପାଳରେ ଛଡାଯାଇଛି ।

ମହାରାଷ୍ଟ୍ରରୁ ବାଘୁଣୀ 'ଜୀନତ୍'

7px;">କୁ ଅଣାଯାଇଥିବା ନେଇ ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବନ ବିଭାଗ ଅଧିକାରୀଙ୍କ ଏକ ସ୍ୱତନ୍ତ୍ର ଟିମ ମହାରାଷ୍ଟ୍ରରୁ ବାଘୁଣୀ 'ଜୀନତ୍'କୁ ଆଣିଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲା ସ୍ଥିତ ତଡୋବା-ଅନ୍ଧାରୀ ଜାତୀୟ ବ୍ୟାଘ୍ର ଉଦ୍ୟାନରୁ ଆଉ ଗୋଟିଏ ବାଘୁଣୀ ଆଣି ଶିମିଳିପାଳ ଅଭୟାରଣ୍ୟରେ ଛାଡ଼ିବା ନିମନ୍ତେ ପୂର୍ବରୁ ସ୍ଥିରୀକୃତ ହୋଇଥିଲା । ଏଥିପାଇଁ ଶିମିଳିପାଳ ଅଭୟାରଣ୍ୟର ଏକ ସ୍ୱତନ୍ତ୍ର ଦଳ କିଛି ଦିନ ପୂର୍ବରୁ ମହାରାଷ୍ଟ୍ର ଯାଇଥିଲେ । ଏଥି ସହିତ ଆଇନତଃ ପ୍ରକ୍ରିୟା କରି ଆଉ ଗୋଟିଏ ବାଘୁଣୀକୁ ଯନ୍ତା ଗାଡ଼ିରେ ସ୍ଥଳ ପଥ ଦେଇ ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଛି । ପଶୁ ଡାକ୍ତରୀ ଟିମ, ତାଲିମପ୍ରାପ୍ତ ବନ କର୍ମଚାରୀ ଏବଂ ଶିମିଳିପାଳ ବ୍ୟାଘ୍ର ସୁରକ୍ଷା ବଳ ଟିମ ରାସ୍ତାରେ ବାଘର ଯାଞ୍ଚ ପ୍ରକ୍ରିୟା କରିଛନ୍ତି । ଗତକାଲି (ଗୁରୁବାର) ସନ୍ଧ୍ୟା ସମୟରେ ଶିମିଳିପାଳ ଅଭୟାରଣ୍ୟରେ ବାଘୁଣୀ ପହଞ୍ଚିଥିଲା ।

ବାଘୁଣୀର ସ୍ୱାସ୍ଥ୍ୟ ଯାଞ୍ଚ କରି ବାଘୁଣୀ ଜୀନତକୁ ଶିମିଳିପାଳ କୋର ଅଞ୍ଚଳରେ ଥିବା ସଫ୍ଟ ଏନକ୍ଲୋଜରରେ ଛଡ଼ାଯାଇଛି । ତେବେ ଗତକାଲି (ଗୁରୁବାର) ଏହି ବାଘୁଣୀଟି ଆସିଥିବାବେଳେ ଆଜି (ଶୁକ୍ରବାର) ସକାଳ ୯ଟା ବେଳେ ଯମୁନାଘାଟି କୋର ଅଞ୍ଚଳରେ ପ୍ରସ୍ତୁତ ସଫ୍ଟ ଏନକ୍ଲୋଜର ଛଡାଯାଇଛି । ଏହାର ନାମ ଜିନତ (ଟି-୧୬୩ ଏସ୧ ଏଫ) ରଖାଯାଇଥିବାବେଳେ ବୟସ ୩ ବର୍ଷ ଅଟେ । ସଫ୍ଟ ଏନକ୍ଲୋଜରରେ ବାଘୁଣୀ ସୁସ୍ଥ ଭାବେ ଚଳ ପ୍ରଚଳ କରୁଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି ।

ଏଠାରେ ସୂଚନାଯୋଗ୍ୟ ଯେ, ମହାରାଷ୍ଟ୍ରର ଚନ୍ଦ୍ରଗିରି ଜିଲ୍ଲାର ତଡ଼ବା-ଅନ୍ଧାରୀ ଜାତୀୟ ବ୍ୟାଘ୍ର ଉଦ୍ୟାନରୁ ଏକ ସ୍ବତନ୍ତ୍ର ଯନ୍ତା ଗାଡ଼ିରେ କଡ଼ା ସୁରକ୍ଷା ମଧ୍ୟରେ ପ୍ରାୟ ୯୦୦ କିଲୋମିଟର ଯାତ୍ରା କରି ୨ ବର୍ଷ ୭ ମାସ ବୟସର ବାଘୁଣୀ ଯମୁନାକୁ ଶିମିଳିପାଳ ଅଣାଯାଇଥିଲା । ଶିମିଳିପାଳ ଅଭୟାରଣ୍ୟର କୋର ଅଞ୍ଚଳରେ ପ୍ରସ୍ତୁତ ସଫ୍ଟ ଏନକ୍ଲୋଜରରେ ବାଘୁଣୀ ଯମୁନାକୁ ଛଡା ଯାଇଥିଲା । ପର ଏନକ୍ଲୋଜର ମଧ୍ୟରେ ଛଡ଼ା ଯାଇଥିବା ବାରହାକୁ ଶିକାର କରିଥିଲା ଯମୁନା ।

0 Comments