ଭୁବନେଶ୍ବର: ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଆହୁରି ୫ ଜାରି ରହିବ କାଳବୈଶାଖୀ ବର୍ଷା। ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳି ସହ ଅପରାହ୍ନରେ ହେବ କାଳବୈଶାଖୀ ବର୍ଷା। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି ।

: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଘଡଘଡି ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ କୁଆ ପଥର ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନୁଗୋଳ, ଢେଙ୍କାନାଳ, କଟକ, ପୁରୀ ,ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମସ ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, କନ୍ଧମାଳ,ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି,ଝାରସୁଗୁଡା ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଓ ୩୦ ରୁ ୫୦ କିମି ପବନ ବହିବାର ସମ୍ଭାବନାକୁ ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର,ମୟୁରଭଞ୍ଜ,କେନ୍ଦୁଝର ,ନୟାଗଡ,ଖୋର୍ଦ୍ଧା ପୁରୀ, ଗଞ୍ଜାମ, ଗଜପତି ଓ ଢ଼େଙ୍କାନାଳରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସସହ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ସୋନପୁର, ବୌଦ୍ଧ,ନୂଆପଡା, ବଲାଙ୍ଗୀର, କଳାହାଣ୍ଡି ,କନ୍ଧମାଳ, ନବରଙ୍ଗପୁର କୋରାପୁଟ ମାଲକାନଗିରି ଓ ରାୟଗଡା ଏହି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ। ଏହି ସମୟରେ ପବନର ବେଗ ୩୦ ରୁ ୪୦ କିମି ବହିବ।

ଅସମ୍ଭାଳ ଗରମ ସହ ଗୁଳୁଗୁଳି ଜାରି ରହିବା ସହ ଆଗାମୀ ୫ ଦିନ ଯାଏ ଅର୍ଥାତ ମେ ୩ ତାରିଖ ଯାଏ ଜାରି ରହିବ କାଳବୈଶାଖୀ ବର୍ଷା। ବର୍ତ୍ତମାନ ୨ ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଥିବା ବେଳେ ପୁଣି ୪ ଭିତରେ ୨ ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ।

0 Comments