କେନ୍ଦୁଝର- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ କେନ୍ଦୁଝର ଜିଲ୍ଲା ପ୍ରଶାସନ ଦ୍ଵାରା ସ୍ଥାନୀୟ କାଳୀ ପଡିଆ ଠାରେ ଜିଲ୍ଲା ସ୍ତରୀୟ ସମାରୋହ ଆୟୋଜିତ ହୋଇଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଜଙ୍ଗଲ, ପରିବେଶ ସୁରକ୍ଷା ଓ ଜଳବାୟୁ ପାରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗ ଶ୍ରୀ ଗଣେଶରାମ ସିଂଖୁଣ୍ଟିଆ ଯୋଗଦେଇ ରାଜ୍ୟ ସରକାର ମହିଳାଙ୍କ ସାମାଜିକ ଓ ଆର୍ଥିକ ସଶକ୍ତିକରଣ ନିମନ୍ତେ ନିଜ ନିଷ୍ଠାପର କାର୍ଯ୍ୟ ଜାରି ରଖିଛନ୍ତି ବୋଲି କହିଥିଲେ। ଆହୁରି ମଧ୍ୟ ନିଜ ଅଭିଭାଷଣରେ ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ ସୁଭଦ୍ରା ଯୋଜନା ମହିଳାଙ୍କୁ ଆର୍ଥିକ ସ୍ତରରେ ସ୍ୱତନ୍ତ୍ରତା ପ୍ରଦାନ କରିବା ନିମନ୍ତେ ପରିକଳ୍ପନା କରାଯାଇଥିଲା ଯାହା ଆଜି ବାସ୍ତବତାର ରୂପ ନେଇଛି ।ଏହା ଆଜି ଏକ ବିପ୍ଲବରେ ପରିଣତ ହୋଇଛି ଓ ଆଶାଠାରୁ ଆହୁରି ଅଧିକ ସଫଳ ହୋଇପାରିଛି । ସୁଭଦ୍ରା ଯୋଜନା କେବଳ ବର୍ଷକୁ ଦୁଇଥର ସହାୟତା ବାଣ୍ଟିବା କାର୍ଯ୍ୟକ୍ରମ ନୁହେଁ ବରଂ କିଶୋରୀ ମାନଙ୍କଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ବୟସର ମହିଳାମାନେ ସଶକ୍ତ ଏବଂ ସମୃଦ୍ଧ ହୋଇପାରିବାର ବ୍ୟବସ୍ଥା କରାଯାଉଛି ବୋଲି କହିଥିଲେ ।
ସମ୍ମାନିତ ଅତିଥି ଭାବେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍
ତ ନାୟକଙ୍କ ସମେତ ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାଏକ, ଜିଲ୍ଲାପାଳ ଶ୍ରୀ ଵିଶାଲ ସିଂହ, ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚଡି ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ।
ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ମିତା ନାଏକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।
ସୂଚନାଯୋଗ୍ୟକି, ଆଜି କେନ୍ଦୁଝର ଜିଲ୍ଲାରୁ ସର୍ବମୋଟ ୪,୫୩,୯୦୯ ଜଣ ଆବେଦନକାରୀଙ୍କ ମଧ୍ୟରୁ ୪,୨୪,୭୩୪ ଜଣ ହିତାଧିକାରୀ ଦ୍ଵିତୀୟ କିସ୍ତିର ଟଙ୍କା ନିଜ ବ୍ୟାଙ୍କ ଖାତାରେ ପାଇଛନ୍ତି ।
ସମସ୍ତେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମର ସିଧାପ୍ରସାରଣ କାର୍ଯ୍ୟକ୍ରମ ଦେଖିବା ସହ ଜିଲ୍ଲା ମହିଳା ଏବଂ ଶିଶୁବିକାଶ ବିଭାଗରେ କାର୍ଯ୍ୟରତ ନିଷ୍ଠାପର କର୍ମଚାରୀଙ୍କୁ ସମ୍ମାନିତ କରିଯାଇଥିଲା। ସେମାନଙ୍କ ମଧ୍ୟରେ ଶ୍ରେଷ୍ଠ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ଭାବେ ତେଲକୋଇର ସୀମା ଦାସ, ଶ୍ରେଷ୍ଠ ସୁପରଭାଇଜର ଭାବେ ଝୁମ୍ପୁରାର ସୁଭଦ୍ରା ମହାନ୍ତଙ୍କୁ ସମ୍ମାନିତ କରଯାଇଥିଲା ଏବଂ ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲାର ଛାତ୍ରଛାତ୍ରୀ ଏବଂ ଅଙ୍ଗନବାଡି କର୍ମୀ ଓ ହେଲପର ମାନଙ୍କ ମଧ୍ୟରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ଓ କର୍ମୀଙ୍କ ସମେତ କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ କରିଥିବା ସମସ୍ତ କଳାକାର ମାନଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା ।