ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ 5.8 କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ 48 ଘଣ୍ଟା ମଧ୍ୟରେ ଦଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ 8 ତାରିଖ ଠାରୁ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ପୂର୍ବନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି (ସୋମବାର) ବିଜୁଳି ଘଡ଼ଘଡ଼ି ପାଇଁ କୌଣସି ସତର୍କତା ନଥିଲେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । 8 ତାରିଖରେ ଲଘୁଚାପ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପରିମାଣ ବଢ଼ିବ । ସେହିପରି ପବନର ବେଗ ଘଣ୍ଟାପ୍ରତି 30ରୁ 40 କିମି ରହିବ । ଯାହାକୁ ନେଇ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ

ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ 9 ତାରିଖ ବେଳକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପରିମାଣ ଆହୁରି ବଢ଼ିବ । ସେହିପରି ପବନର ବେଗ ଘଣ୍ଟାପ୍ରତି 30ରୁ 40 କିମି ବହିବ । ଯାହାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନଳ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

10 ତାରିଖରେ ମଧ୍ୟ ସମାନ ସ୍ଥିତି ରହିବ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼ ଜିଲ୍ଲାକୁ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

0 Comments