ଭୁବନେଶ୍ବର: ବିଶ୍ୱ ପ୍ରସିଦ୍ଧ ମହାକୁମ୍ଭ ମେଳା ୨୦୨୫ରେ ସାମିଲ ହେବାକୁ ଓଡ଼ିଶାରୁ ଅଯୋଧ୍ୟାକୁ ଆରମ୍ଭ ହେଲା ବସ୍‌ ସେବା । ୪ଟି ଅତ୍ୟାଧୁନିକ ବସ୍‌କୁ ପତାକା ଦେଖାଇ ଭିଡିଓ କନଫରେସିଂ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ବସ୍‌ ସେବା ଆରମ୍ଭ ହୋଇଛି । ଆସନ୍ତାକାଲି ଠାରୁ ପ୍ରୟାଗରାଜରେ କୁମ୍ଭ ମେଳା ଆରମ୍ଭ ହେବାକୁ ଥିବା ବେଳେ ଓଡ଼ିଶାରୁ ଏହି ବସ୍‌ ସେବା ଆରମ୍ଭ ହୋଇଛି । ବାରଣାସୀ ଏବଂ ପ୍ରୟାଗରାଜ ହୋଇ ଆଯୋଧ୍ୟାରେ ପହଞ୍ଚିବ ଏହି ବସ ।

__Noto_Sans_fba9a0, __Noto_Sans_Fallback_fba9a0; font-size: 18px;">ଆଜି ପ୍ରଥମ ଦିବସରେ 200 ରୁ ଅଧିକ ଯାତ୍ରୀ ମହାକୁମ୍ଭ ମେଳା ପାଇଁ ଯାତ୍ରା ଆରମ୍ଭ କରିଛନ୍ତି । ବାରଣାସୀ ଓ ପ୍ରୟାଗରାଜ ଦେଇ ଅଯୋଧ୍ୟା ପର୍ଯ୍ୟନ୍ତ ଚଳାଚଳ କରିବ ବସ୍‌ । ଆଜିଠୁ ଯାତ୍ରା ଆରମ୍ଭ କରିଥିବା ଯାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇ ତୀର୍ଥଯାତ୍ରାରେ ସେମାନେ ଅଶେଷ ପୂଣ୍ୟ ଲାଭ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆବଶ୍ୟକ ହେଲେ ଅଧିକ ବସ୍‌ର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି । ଭୁବନେଶ୍ବର ଲୋକସେବା ଭବନରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେସିଂ ମାଧ୍ୟମରେ 4ଟି ଯାକ ବସ୍‌ର ଶୁଭାରମ୍ଭ କରିଥିଲେ । ବ୍ରହ୍ମପୁରରୁ ପରବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ସମ୍ବଲପୁରରେ ବିଧାୟକ ଜୟନାରାୟଣ ମିଶ୍ର, ପୁରୀରୁ ସାଂସଦ ସମ୍ବିତ ପାତ୍ର, ଭବାନୀପାଟଣାରୁ କଳାହାଣ୍ଡି ସାଂସଦ ମାଳବିକା କେଶରୀ ଦେଓ ପତାକା ଦେଖାଇ ବସ୍‌ ଶୁଭାରମ୍ଭ କରିଥିଲେ ।

ଗୋଟିଏ ବସ୍‌ରେ 46 ଜଣ ଯାତ୍ରୀ ବସିବାର କ୍ଷମତା ରହିଛି । ବସରେ ଲାଇଟ ଭେଇକିଲ ଟ୍ରାକିଂ ଏବଂ ଅନ୍ୟାନ୍ୟ ସୁବିଧା କରାଯାଇଛି । ପ୍ୟାନିକ ବଟନ୍ ଏବଂ ଡ୍ରାଇଭର ଆସିଷ୍ଟାନ୍ସ ସିଷ୍ଟମ ମଧ୍ୟ ରହିଛି । ମହିଳା ଯାତ୍ରୀଙ୍କ ପାଇଁ ଟିକେଟ ମୂଲ୍ୟ 50 ପ୍ରତିଶତ ରିହାତି ବ୍ୟବସ୍ଥା କରାଯାଇଛି । ପ୍ରଥମ ପର୍ଯ୍ୟାୟରେ 4ଟି ବସ୍‌ର ଚଳାଚଳ କରାଯାଉଛି । ଆବଶ୍ୟକ ହେଲେ ଆହୁରି ଅଧିକ ବସ୍‌ର ବ୍ୟବସ୍ଥା କରାଯିବ । ପ୍ରଥମ ଥର ପାଇଁ 2500 କିଲୋମିଟରରୁ ଅଧିକ ଲମ୍ବା ଯାତ୍ରାର ଶୁଭାରମ୍ଭ କରାଗଲା । ବସ୍‌ ଗୁଡିକର ରହଣି ସ୍ଥାନରେ ଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବସ୍‌ରେ ଶୋଇକି ଯାତ୍ରା କରିପାରିବେ ଯାତ୍ରୀ । ଯାତ୍ରୀଙ୍କ ଆରାମ ଦାୟକ ଯାତ୍ରା ପାଇଁ ଧ୍ୟାନ ଦେଇଛନ୍ତି ରାଜ୍ୟ ସରକାର ।

ଏହା ସହିତ ମହାକୁମ୍ଭ ମେଳା ଯାତ୍ରୀ ମାନଙ୍କ ସୁବିଧା ପାଇଁ ୨୪ ଘଣ୍ଟିଆ ହେଲ୍ପ ଡେସ୍କ ମଧ୍ୟ ଖୋଲା ଯାଇଛି । ଯାତ୍ରୀମାନେ 1800 345 1122କୁ କଲ୍ କରିପାରିବେ କିମ୍ବା 78490 52205 ନମ୍ବରରେ ହ୍ୱାଟସଆପ୍ ମାଧ୍ୟମରେ ହେଲ୍ପ ଡେସ୍କର ସୁବିଧା ନେଇପାରିବେ । ପ୍ରୟାଗରାଜରେ ମଧ୍ୟ ଯାତ୍ରୀମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ OSRTCର କର୍ମଚାରୀମାନଙ୍କୁ ମଧ୍ୟ ଅବସ୍ଥାପିତ କରାଯାଇଛି । ''

0 Comments