ଭୁବନେଶ୍ୱର: ମହାକୁମ୍ଭ ମେଳା ୨୦୨୫କୁ ନେଇ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁ ଥିବା ମହାକୁମ୍ଭ ମେଳା ୨୦୨୫ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି । ଏହି ସ୍ୱତନ୍ତ୍ର ଟ୍ରେନଗୁଡିକ ଓଡ଼ିଶାର ବିଭିନ୍ନ ପ୍ରମୁଖ ସହରରୁ ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ ।
ଟ୍ରେନ ଗୁଡ଼ିକ ହେଲା
style="font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 18px; font-weight: bolder;">ଭୁବନେଶ୍ୱର -ତୁଣ୍ଡଲା- ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ,
ପୁରୀ -ତୁଣ୍ଡଲା-ପୁରୀ ସ୍ୱତନ୍ତ୍ର ଟ୍ରେନ୍, ଟିଟିଲାଗଡ- ତୁଣ୍ଡଲା-ଟିଟିଲାଗଡ଼ ସ୍ୱତନ୍ତ୍ର ଟ୍ରେନ୍, ବିଶାଖାପାଟନମ୍- ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ (ଡ଼ିଡ଼ିୟୁ)-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍, ବିଶାଖାପାଟନମ୍-ଗୋରଖପୁର-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ , ତିରୁପତି - ବନାରସ -ତିରୁପତି ସ୍ୱତନ୍ତ୍ର ଟ୍ରେନ୍, ନରସପୁର - ବନାରସ -ନରସପୁର ସ୍ୱତନ୍ତ୍ର ଟ୍ରେନ୍ ।
ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାକୁମ୍ଭ ୨୦୨୫ ପାଇଁ ପ୍ରୟାଗରାଜ ଅଞ୍ଚଳରେ ରେଳ ବ୍ୟବସ୍ଥାକୁ ନେଇ ଅନେକ ପ୍ରକଳ୍ପ ଆରମ୍ଭ କରିଛନ୍ତି । ଯାତ୍ରୀମାନଙ୍କୁ ସୁବିଧା ଯୋଗାଇବା ପାଇଁ ଏହି ବ୍ୟବସ୍ଥା କରାଯାଇଛି । ରେଲଓ୍ବେ ବୋର୍ଡ ପକ୍ଷରୁ କୁମ୍ଭ ଓ୍ବାର ରୁମ୍ ଉଦଘାଟନ କରାଯାଇଛି । ଏହା ୨୪ ଘଣ୍ଟା କାର୍ଯ୍ୟ କରିବ । ଅନ୍ୟପଟେ ୯ଟି ରେଳ ଷ୍ଟେସନରେ ୧ ହଜାର ୧୭୬ଟି ସିସିଟିଭି ଲଗାଯାଇଛି । ଏହି ଓ୍ବାର ରୁମରୁ ସିସିଟିଭିଗୁଡିକ ଯାଞ୍ଚ କରାଯିବ ।