ପୁରି:-ଅଣବସର ଏକାଦଶୀରେ ଅର୍ଥାତ ଗତ 21 ତାରିଖ ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବାବେଳେ 313ଟି ମୋଟକରୁ 70 ଟି କମ୍ ଥିବା ଦେଖିବାକୁ ମିଳିଥିଲା। ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କରିଥିଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର । ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର କମାଣ୍ଡର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କୁ ଅବଗତ କରାଯାଇଥିବା ଚିଠିରେ ଉଲ୍ଲେଖ ରହିଛି।

w-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-size: 18px; font-family: __Noto_Sans_fba9a0, __Noto_Sans_Fallback_fba9a0;"> ଶ୍ରୀମନ୍ଦିର ଗାରଦରୁ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଅଭିଯୋଗରେ କୌଣସି ସତ୍ୟାସତ୍ୟ ନଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା କହିଛନ୍ତି । ରାଜବୈଦ ପ୍ରଦାନ କରିଥିବା ଦଶମୂଳ ମୋଦକ ଦାରୁଦିଅଁଙ୍କ ନିକଟରେ ଲାଗି ପୂର୍ବରୁ ଗାରଦରେ ଥିବା ବେଳେ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା । 70 ଦଶମୂଳ ମୋଦକ କିପିରି ଚୋରି ହେଲା ଓ ଏହାକୁ କିଏ ନେଲା ସେନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କରିଥିଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର। ମୋଦକ କିପରି ମହାପ୍ରଭୁଙ୍କ ନିକଟରେ ଲାଗି ହେଲା ପ୍ରଶ୍ନ କରିଥିଲେ। ରାଜବୈଦ୍ୟ ଦେଇଥିବା ସମୁଦାୟ 313ଟି ଅମୁଣିଆ ମୋଦକରୁ 70ଟି କମ୍ ଥିବା ସେ ଅଭିଯୋଗ ପତ୍ରରେ ଦର୍ଶାଇଥିଲେ ।

0 Comments