ଭୁବନେଶ୍ବର: ପୁନଃବିନ୍ୟାସ ହୋଇଛି ବିଜେଡି ସଂଗଠନ। ଦଳର ସଂଗଠନକୁ ନୂଆ ରୂପ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସଂଗଠନର କଳେବର ବୃଦ୍ଧି କରିବା ସହ ବହୁ ଦିଗକୁ ବିଚାର କରି କମିଟି ଗଠନ କରିଛନ୍ତି ନବୀନ। ସଂଗଠନ ସମ୍ପାଦକ ପଦକୁ ଉଚ୍ଛେଦ କରିଛନ୍ତି ବିଜେଡି ସଭାପତି। ଦୀର୍ଘ ବର୍ଷ ପରେ ବିଜୁ ଜନତା ଦଳ ସଂଗଠନକୁ ଫେରିଛି, ରାଜନୈତିକ ବ୍ୟାପାର କମିଟି- PAC। ଗଠିତ ହୋଇଛି ବିଜେଡିର ପଲିଟିକାଲ ଆଫାୟାର୍ସ କମିଟି । ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ ହୋଇଛି। କମିଟିରେ ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ କୁମାର ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ ମାର୍ଣ୍ଡି, ଟୁକୁନି ସାହୁ, ସସ୍ମିତ ପାତ୍ର, ସଂତୃପ୍ତ ମିଶ୍ର ପ୍ରମୁଖ ସଦସ୍ୟ ଅଛନ୍ତି।
ସେହିପରି ବିଜେଡି ସଭାପତି 71 ଜଣିଆ ରାଜ୍ୟ ସ୍ତରୀୟ ସାଂଗଠନିକ କମିଟି ଗଠନ କରିଛନ୍ତି। ପୂର୍ବରୁ ସଂଗଠନ ସମ୍ପାଦକ ପଦ ଥିବା ବେଳେ ଏହାକୁ ଏଥର ଉଚ୍ଛେଦ କରାଯାଇଛି। ପୂର୍ବରୁ ଏହି ପଦରେ ପ୍ରଣବ ପ୍ରକାଶ ଦାସ ଥିବାବେଳେ ନୂଆ ସାଙ୍ଗଠନିକ ଦାୟିତ୍ୱରେ କିନ୍ତୁ ଏହି ପଦ ଆଉ ରହିନାହିଁ।
ବରିଷ୍ଠ ଉପସଭାପତି (ହେଡକ୍ୱାର୍ଟର) ହୋଇଛନ୍ତି ଦେବୀ ପ୍ରସାଦ ମିଶ୍ର। ସେହିପରି ପ୍ରଫୁଲ ସାମଲ, ଉଷା ଦେବୀ, ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ଚନ୍ଦ୍ରଶେଖର ସାହୁ ବରିଷ୍ଠ ଉପସଭାପତି ଭାବେ ନିଯୁକ୍ତି ପାଇଛନ୍ତି
।
ଉପସଭାପତି (ହେଡକ୍ୱାର୍ଟର) ହୋଇଛନ୍ତି ପ୍ରତାପ ଜେନା। ସେହିପରି ଅତନୁ ସବ୍ୟସାଚୀ ନାୟକ, ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ସଞ୍ଜୟ କୁମାର ଦାସବର୍ମା, ରବି ନାରାୟଣ ନନ୍ଦ, ଅଶ୍ୱିନୀ କୁମାର ପାତ୍ର, ପ୍ରଣବ ପ୍ରକାଶ ଦାସ, ସାରଦା ନାୟକଙ୍କୁ ଦଳ ଉପସଭାପତି ଭାବେ ଦାୟିତ୍ୱ ଦେଇଛି। କଟକ ମେୟର ସୁବାସ ସିଂଙ୍କୁ ଦଳ କୋଷାଧ୍ୟକ୍ଷ ଭାବେ ଦାୟିତ୍ୱ ଦେଇଛି।
ବରିଷ୍ଠ ସାଧାରଣ ସମ୍ପାଦକ ହୋଇଛନ୍ତି- କଳିକେଶ ନରାୟଣ ସିଂଦେଓ, ପ୍ରୀତି ରଞ୍ଜନ ଘଡ଼େଇ, ରମେଶ ଚନ୍ଦ୍ର ମାଝୀ, ଟୁକୁନି ସାହୁ, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଭୃଗୁ ବକ୍ସିପାତ୍ର, ପ୍ରଦୀପ ମାଝୀ, ଦେବେଶ ଆଚାର୍ଯ୍ୟ, ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ, ଧ୍ରୁବ ଚରଣ ସାହୁ, ସୁଶାନ୍ତ ସିଂ, ସୁଧୀର ସାମଲ, ଅନନ୍ତ ନାରାୟଣ ଜେନା, ଲେଖାଶ୍ରୀ ସାମନ୍ତସିଂହାର, ରାଜଶ୍ରୀ ମଲ୍ଲିକ, ମାନସ ରଞ୍ଜନ ମଙ୍ଗରାଜ, ବ୍ୟମକେଶ ରାୟ, ପ୍ରଣବ ବଳବନ୍ତରାୟ, ସ୍ନେହାଙ୍ଗିନୀ ଛୁରିଆ, ଜଗନ୍ନାଥ ସାରକା।
ସେହିପରି ଦଳ ତୁଷାରକାନ୍ତି ବେହେରା, ସୌଭିକ ବିଶ୍ବାଳ, ସାରଦା ପ୍ରସନ୍ନ ଜେନା, ବାସନ୍ତୀ ହେମ୍ବ୍ରମ, ସୁଲୋଚନା ଦାସ, ବିଜୟ ନାୟକ, ଗୀତା ବସ୍ତିଆ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ମିଶ୍ର, ପ୍ରଫୁଲ୍ଲ ସିଂ, ଗୌତମ ବୁଦ୍ଧ ଦାସ, ସଞ୍ଜୀବ ମଲ୍ଲିକ, ପ୍ରଶାନ୍ତ ବେହେରା, ଚକ୍ରମଣୀ କହଁର, ପ୍ରଦୀପ ଦିସାରୀ, ସୁଶାନ୍ତ ରାଉତ, ବିଭୂତି ଭୂଷଣ ବଳବନ୍ତରାୟ, ଅଧିରାଜ ପାଣିଗ୍ରାହୀ, ସୁଲତା ଦେଓ, ଶୁଭାଶିଷ ଖୁଣ୍ଟିଆ, ଶର୍ମିଷ୍ଠା ସେଠୀ, ଅଂଶୁମାନ ମହାନ୍ତି, ମନ୍ମଥ ରାଉତରାୟ, ମୁକେଶ ପାଲ, ସ୍ୱରୂପ ଦାସ, ସୁକାନ୍ତ ନାୟକ, ରିତା ସାହୁ, ନିରଞ୍ଜନ ବିଶି, ଶ୍ରୀକାନ୍ତ ସାହୁ, ଦୀପାଳି ଦାସ, ଜଗନ୍ନାଥ ନାୟକ, ମାଧବ ସର୍ଦ୍ଦାର, ରାଜେନ୍ଦ୍ର ସାହୁ, ପ୍ରଭୁ ଜାନୀ, ଗିରିଶ ଦାସ ସାଧାରଣ ସମ୍ପାଦକ ନିଯୁକ୍ତ ହୋଇଛନ୍ତି।
ବିଜେଡି ସଂଖ୍ୟାଲଘୁ ସେଲକୁ ମଧ୍ୟ ବିଜେଡି ସଭାପତି ପୁନର୍ଗଠନ କରିଛନ୍ତି। ବିଜେଡି ସଂଖ୍ୟାଲଘୁ ସେଲର ଆବାହକ ନିଯୁକ୍ତ ହୋଇଛନ୍ତି ଦିଲ୍ଲୀପ ତିର୍କୀ। ସେହିପରି ସହ ଆବାହକ ରିଜୱାନା ବେଗମ, ଦକ୍ଷିଣ ଜୋନର ସଂଯୋଜକ ମୁଜିବୁଲ୍ଲା ଖାଁ, ପଶ୍ଚିମ ଜୋନର ସଂଯୋଜକ ଆୟୁବ ଖାଁ, ମଧ୍ୟ ଜୋନର ସଂଯୋଜକ ହୋଇଛନ୍ତି ସେକ୍ ନିଜ୍ଜାମୁଦ୍ଦୀନ।
ବିଜେଡି ଆଜି ବଳକା ଥିବା ଆଉ 6 ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରିଛି। 33 ସଂଗଠନ ଜିଲ୍ଲା ମଧ୍ୟରୁ ପୂର୍ବରୁ ଦଳ 18 ସାଂଗଠନିକ ଜିଲ୍ଲା ସଭାପତି ନିଯୁକ୍ତି ଦେଇଛି। ବଳକା 15 ସାଂଗଠନିକ ଜିଲ୍ଲାରୁ 6 ଜିଲ୍ଲା ସଭାପତି ଘୋଷଣା ହେବା ପରେ ଆଉ 9ଟି ଜିଲ୍ଲା ବାକି ରହିଲା। ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ କେଶରୀ ଦେବ 6 ସଭାପତିଙ୍କ ନାଁ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ କେନ୍ଦୁଝର ପାଇଁ ଆଶିଷ ଚକ୍ରବର୍ତ୍ତୀ, ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୁରଭଞ୍ଜ-2 ପାଇଁ ଦେବାଶିଷ ମାର୍ଣ୍ଡି, ସମ୍ବଲପୁର ପାଇଁ ରୋହିତ ପୂଜାରୀ ଓ ବଲାଙ୍ଗିର ପାଇଁ ସରୋଜ କୁମାର ମେହେର ନିର୍ବାଚିତ ହୋଇଛନ୍ତି।