
ଓଡ଼ିଆ ଭାଷାରେ ନାମଫଳକ ଲେଖିବା ପାଇଁ ଜିଲ୍ଲା ଏବଂ ବ୍ଲକ ସ୍ତରରେ ଆୟୋଜିତ ହେଲା ସଚେତନତା ପଦଯାତ୍ରା
କେନ୍ଦୁଝର - ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ପ୍ରତିଷ୍ଠା ହୋଇଥିଲା ।ଓଡ଼ିଆ ଭାଷାକୁ ନେଇ ଆମ ପରିଚୟ କିନ୍ତୁ ଉପଯୁକ୍ତ ସଚେତନତା ଅଭାବରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ ଲାଗିଥିବା ନାମ ଫଳକରେ ଓଡ଼ିଆ ଭାଷାର ବ୍ୟବହାର ହେଉନାହିଁ । ତେବେ ଆମ ଭାଷାର ମର୍ଯ୍ୟାଦା ଓ ସମ୍ମାନ ବୃଦ୍ଧି ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ-୨୦୨୫ର ଚତୁର୍ଥ ଦିବସରେ ଓଡ଼ିଆରେ ନାମ ଫଳକ ଅଭିଯାନ ଆୟୋଜିତ ହୋଇଛି ।
ଏହି କ୍ରମରେ ଆଜି କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ସଚେତନତା ପଦଯାତ୍ରା ଆୟୋଜିତ କରି ଉକ୍ତ ଅଭିଯାନର ଶୁଭାରମ୍ଭ ହୋଇଛି । ଜିଲ୍ଲାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବଜାରରେ ପଦଯାତ୍ରା ମାଧ୍ୟମରେ ଦୋକାନ ବଜାର, ଶିଳ୍ପ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, ବାଣିଜ୍ୟିକ ପ୍ରତିଷ୍ଠାନ ବା ଜିଲ୍ଲାରେ ପ୍ରତିଷ୍ଠିତ ହୋଇଥିବା କୌଣସି ସଂସ୍ଥା ନିଜର ନାମଫଳକକୁ ଓଡ଼ିଆରେ ଲେଖିବା ପାଇଁ ପ୍ରଶାସନ ପକ୍ଷରୁ ସଂସ୍ଥାର ମାଲିକ, କର୍ତ୍ତୃପକ୍ଷ ତଥା ଜନସାଧାରଣଙ୍କୁ ଓଡ଼ିଆରେ ନାମଫଳକ ଲେଖିବା ପ

ଜିଲ୍ଲା ଶ୍ରମ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସଚେତନତା ପଦଯାତ୍ରାର ଶୁଭାରମ୍ଭ କରିଥିବା ବେଳେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ କୁମାର ନାଗଭୂଷଣ, ପ୍ରଭାଗୀୟ ଶ୍ରମ ଆୟୁକ୍ତ ସୂର୍ଯ୍ୟନାରାୟଣ ମାଳି, ଜିଲ୍ଲା ଶ୍ରମ ଅଧିକାରୀ ଆକାଶ ବିଷୋୟୀ, କେନ୍ଦୁଝରଗଡ଼ ପୌର ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ଲଳିତ କୁମାର ନାଏକ, ଜିଲ୍ଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାଏକ, ଅତିରିକ୍ତ ଶ୍ରମ ଅଧିକାରୀ ସୁଚିସ୍ମିତା ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ଉପସ୍ଥିତ ଥିଲେ ।
ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ଯେଉଁ ବ୍ୟବସାୟିକ ପ୍ରତିଷ୍ଠାନର ନାମ ଓଡ଼ିଆରେ ଲେଖା ନଥିଲା ସେହି ଦୋକାନର ମାଲିକ ମାନଙ୍କୁ ଓଡ଼ିଆରେ ଲେଖିବା ପାଇଁ ସଚେତନ କରାଯାଇଥିଲା ।
0 Comments