ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୭ ଦିନ ଯାଏଁ ବର୍ଷା ଘଡଘଡି ବିଜୁଳି ସହ ଝଡପବନ ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହ ଆସନ୍ତା ୨୪ ଘଣ୍ଟାରେ ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ବରଗଡକୁ ବାଦ ଦେଇ ଅବଶିଷ୍ଟ ୨୫ ଜିଲ୍ଲା କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ବିଶେଷ କରି ଉପକୂଳ ସମେତ ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଏହିସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଏଥି ମଧ୍ୟରୁ ୧୯ ଜିଲ୍ଲାରେ ବର୍ଷା ସମୟରେ ୪୦ ରୁ ୫୦ କିମି ଓ ଅବଶିଷ୍ଟ ୬ ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେର ଝଡ ପବନ ସମ୍ଭାବନାକୁ ନେଇ ସତର୍କତା ଦେଇଛି ବିଭାଗ ।

ଏନେଇ 

="border: 0px solid rgb(237, 242, 247); box-sizing: border-box; --tw-border-spacing-x: 0; --tw-border-spacing-y: 0; --tw-translate-x: 0; --tw-translate-y: 0; --tw-rotate: 0; --tw-skew-x: 0; --tw-skew-y: 0; --tw-scale-x: 1; --tw-scale-y: 1; --tw-pan-x: ; --tw-pan-y: ; --tw-pinch-zoom: ; --tw-scroll-snap-strictness: proximity; --tw-gradient-from-position: ; --tw-gradient-via-position: ; --tw-gradient-to-position: ; --tw-ordinal: ; --tw-slashed-zero: ; --tw-numeric-figure: ; --tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ‘ଆସନ୍ତାକାଲି ପାଇଁ ବିଶେଷ କରି ଉପକୂଳ ଓଡ଼ିଶାର ୧୪ ଜିଲ୍ଲା ସୁନ୍ଦରଗଡ,ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ୱର, ଭଦ୍ରକ, ଯାଜପୁର କଟକ, କେନ୍ଦ୍ରାପଡା ,ଜଗତସିଂହପୁର ,ଖୋର୍ଦ୍ଧା, ପୁରୀ ,ନୟାଗଡ ଗଞ୍ଜାମ ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହେବାର ସମ୍ଭାବନା ରହିଛି ।’

ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶାର ମାଲକାନଗିରି,ରାୟଗଡା କୋରାପୁଟ, ଗଂଜାମ,ଗଜପତି,ମୟୂରଭଞ୍ଜ କେନ୍ଦୁଝର ,ବାଲେଶ୍ୱର, ଭଦ୍ରକ, ଯାଜପୁର କଟକ, କେନ୍ଦ୍ରାପଡା,ଜଗତସିଂହପୁର ,ଖୋର୍ଦ୍ଧା, ପୁରୀ ଓ ନୟାଗଡ ଏହି ୧୬ ଜିଲ୍ଲାକୁ ବିଜୁଳି ଘଡଘଡି ସହ ଵର୍ଷ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ପବନ ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି ।

0 Comments