ଭୁବନେଶ୍ବର: ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଓ ତତସଂଲଗ୍ନ ଅଞ୍ଚଳରେ ଏହା କେନ୍ଦ୍ରୀଭଊତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ । ପରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ବି ପରିଣତ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପା

ର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ଭାରି ବର୍ଷା ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ ।

୨୦୦ ମିମିରୁ ଅଧିକ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇଛି । ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ ଏବଂ ଢେଙ୍କାନାଳକୁ ସତର୍କତା ଜାରି ହୋଇଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦କିଲୋମିଟର ବେଗରେ ବହିବ ପବନ। ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥବାବେଳେ ସମ୍ବଲପୁରର ହୀରାକୁଦରେ ସର୍ବାଧିକ ୮.୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୯୪୪.୦ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୧୦୩୭.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ୧ ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ରେକର୍ଡ ହୋଇଛି। ସେହିପରି ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

ଆସନ୍ତକାଲି ମୟୂରଭଞ୍ଜରେ ବନ୍ଦ ରହିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସ୍କୁଲକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ ।

0 Comments