ପୁରୀ:  ଶ୍ରୀମନ୍ଦିରରେ ଆରମ୍ଭ ହେବାକୁ ଯାଉଛି କାର୍ତ୍ତିକ

ାସ ପଞ୍ଚୁକ ନୀତି । ଏହି ଅବସରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ବେଶ ଅନୁଷ୍ଠିତ ହେବ । ପଞ୍ଚୁକରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ତେଣୁ ଶୃଙ୍ଖଳିତ ଦର୍ଶନ ପାଇଁ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ ପରିଚାଳନା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ପୁରୀ ଏସପି ବିନୀତ ଅଗ୍ରୱାଲ କହିଛନ୍ତି ଯେ, ' ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକରୁ ଭକ୍ତଙ୍କ ପାଇଁ ବ୍ୟାରିକେଡ଼ ବ୍ୟବସ୍ଥା କରାଯିବ । ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୫ ଜଣ ଅତିରିକ୍ତ ଏସପି, ୧୪ ଜଣ ଡିଏସପି, ୨୬ ଜଣ ଇନସପେକ୍ଟର ସହ ୩୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି କୌଣସି ସମସ୍ୟାର ସମ୍ମୁଖୀନ ନ ହେବେ, ତାହା ପୁରୀ ପୋଲିସର ପ୍ରାଥମିକତା ରହିବ । ' ହବିଷ୍ୟାଳୀମାନଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି । ସମସ୍ତ ବ୍ୟବସ୍ଥାକୁ କିଭଳି ଶୃଙ୍ଖଳିତ କରାଯାଇପାରିବ ସେନେଇ ପୁରୀ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଭକ୍ତମାନେ ପୋଲିସ ପ୍ରଶାସନ ନିୟମ ମାନିବାକୁ ପୁରୀ ପୋଲିସ ପକ୍ଷରୁ ଅନୁରୋଧ କରାଯାଇଛି ।

ମହାପ୍ରଭୁଙ୍କ ପଞ୍ଚୁକରେ ଅନୁଷ୍ଠିତ ହେବାକୁ ଥିବା ଏହି ସ୍ବତନ୍ତ୍ର ବେଶଗୁଡ଼ିକୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତ ଏବେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ପବିତ୍ର ପଞ୍ଚୁକ ଅବସରରେ ନିଷ୍ଠାର ସହ ଯେଉଁମାନେ ବ୍ରତ ପାଳନ କରିଥାନ୍ତି ସେମାନେ କୋଟି ଜନ୍ମର ପୂଣ୍ୟ ପାଇଥାନ୍ତି ବୋଲି ବିଶ୍ୱାସ ରହିଛି । ପଞ୍ଚୁକରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ ।

0 Comments