ଭୁବନେଶ୍ବର: ରାଜସ୍ଥାନର ଜୈସଲମେରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ପ୍ରାକ-ବଜେଟ ପରାମର୍ଶ ବୈଠକ । ଆଗାମୀ କେନ୍ଦ୍ର ବଜେଟ ୨୦୨୫-୨୬ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇ ଓଡ଼ିଶା ଅର୍ଥନୀତି, ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ 8ଟି ଦାବି ରଖିଛନ୍ତି ।
ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ସ୍ମାରକପତ୍ର କେନ୍ଦ୍ର ବଜେଟ ୨୦୨୫-୨୬ ରେ ଉପଯୁକ୍ତ ପଦକ୍ଷେପ ନିମନ୍ତେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରାଯାଇଛି । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଓଡିଶାର ମୁଖ୍ୟମନ୍ତ୍ରୀ ବୈଠକରେ ଉତ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ
; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ମୋହନ ଚରଣ ମାଝୀ
କହିଛନ୍ତି, "ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୫-୨୬ ଅଧୀନରେ ରାଜ୍ୟକୁ ଅଧିକ ଅର୍ଥ ଆବଣ୍ଟନ ଆବଶ୍ୟକ ରହିଛି । ଓଡିଶାରେ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ଦରକାର ରହିଛି ।’ ଦକ୍ଷିଣ ଏବଂ ପଶ୍ଚିମ ଓଡିଶାରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଗୋପାଳପୁର ଏବଂ ଝାରସୁଗୁଡା ପାଇଁ ନୂତନ ଇଣ୍ଡଷ୍ଟ୍ରିଆଲ ଟାଉନସିପ ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ଓଡିଶାରେ ନିବେଶ ପ୍ରୋତ୍ସାହନ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ କେନ୍ଦ୍ର ସରକାରଙ୍କ ବିଶେଷ ସହାୟତା ଆବଶ୍ୟକ ରହିଛି । ଓଡିଶାରେ ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରାଯିବା ଦରକାର । ଆସନ୍ତା ଗ୍ରୀଷ୍ମ ପୂର୍ବରୁ ଲକ୍ଷ୍ୟ ଧାର୍ଯ୍ୟ ପ୍ରକଳ୍ପ ସମାପ୍ତ କରିବା ଏବଂ ସମସ୍ତ ପ୍ରକଳ୍ପର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ଜଳ ଜୀବନ ମିଶନ ଅଧୀନରେ ପର୍ଯ୍ୟାପ୍ତ ବଜେଟ୍ ବ୍ୟବସ୍ଥା କରିବାର ଆବଶ୍ୟକତା ରହିଛି । ଓଡ଼ିଶାର ଲୋକଙ୍କର ନୂତନ ସରକାର ଠାରୁ ଉଚ୍ଚ ଆଶା ରହିଛି । ଏହାକୁ ପୂରଣ କରିବା ଦିଗରେ ସ୍ୱାସ୍ଥ୍ୟ ସେବା, ଶିକ୍ଷା ଏବଂ ଭିତ୍ତିଭୂମିରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ପର୍ଯ୍ୟାପ୍ତ ଆର୍ଥିକ ବ୍ୟବସ୍ଥା ଦରକାର । ଆସ୍ପିରେସନନାଲ ବ୍ଲକ ପ୍ରୋଗ୍ରାମ ଅନ୍ତର୍ଗତ ପୂର୍ବରୁ ଅନୁମୋଦିତ ୨୯ଟି ବ୍ଲକ୍ ବ୍ୟତୀତ ମୟୂରଭଞ୍ଜ ଏବଂ କେନ୍ଦୁଝରର ଜିଲ୍ଲାର ଅନ୍ୟ ୧୧ ଟି ଅତିରିକ୍ତ ବ୍ଲକ୍ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି ।
କେନ୍ଦ୍ର ଅର୍ଥମନ୍ତ୍ରୀ ଉପସ୍ଥାପିତ ସମସ୍ତ ଦାବି ଏବଂ ପରାମର୍ଶଗୁଡିକ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶୃତି ଦେଇଥିବା ଜଣାପଡିଛି । ବୈଠକରେ କେନ୍ଦ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସମେତ ଗୋଆ, ହରିଆଣା, ଜାମ୍ମୁ ଏବଂ କାଶ୍ମୀର, ମେଘାଳୟ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ । ସେହିପରି ଅରୁଣାଞ୍ଚଳ ପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନାର ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀ ଓ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ ।