କେନ୍ଦୁଝର: "ଅପରେସନ୍ ସିନ୍ଦୂର'ର ସଫଳତା ପରେ ଏହାର ବୀର ଗାଥାକୁ ଲୋକଲୋଚନରେ ପ୍ରସାର କରି ଭାରତୀୟ ଯବାନ ମାନଙ୍କୁ ସମ୍ମାନ ଜଣାଇବାକୁ ଆଜି କେନ୍ଦୁଝରଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ତିନି ବାହିନୀର ବୀର ଯବାନଙ୍କୁ କୃତଜ୍ଞତା ଭାବ ପ୍ରକାଶ କରି ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ମୋଟରସାଇକେଲ ଶୋଭାଯାତ୍ରା କେନ୍ଦୁଝର ଟାଉନ ପରିକ୍ରମା କରିଥିଲା। ଜିଲ୍ଲାପାଳ ଶ୍ରୀ ଵିଶାଲ ସିଂହ ପତାକା ପ୍ରଦର୍ଶନ କରି ଏହି ତ୍ରିରଙ୍ଗା ବାଇକ୍ ଯାତ୍ରାର ଶୁଭାରମ୍ଭ କରିଥିଲେ। ବୀର ଯବାନଙ୍କ ସମାନାର୍ଥେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଜନସାଧାରଣଙ୍କ ସହ ବାଇକରେ ବସି ସହର ପରିକ୍ରମା କରିଥିଲେ। ଏହି ଶୋଭାଯାତ୍ରାଟି ସକାଳ ୮ଟାରେ କାଳୀ ପଡିଆଠାରୁ ବାହାରି ଦୁଃଖିଆ ଛକ, ଶ୍ରୀକ୍ଷେତ୍ର ହୋଟେଲ ଛକ, ଗାନ୍ଧୀ ଛକ, କୋର୍ଟ ଛକ, ଗୋପବନ୍ଧୁ ଛକ ହୋଇ ପୁନର୍ବାର କାଳୀ ପଡିଆଠାରେ ପହଞ୍ଚିଥିଲା। ବିଭିନ୍ନ ପ୍ରଶାସନିକ ଅଧିକାରୀ, ପୁଲିସ ବାହିନୀଙ୍କ ସମେତ ଶହ ଶହ ସଂଖ୍ୟାରେ ଜନସାଧାରଣ ଏହି ଶୋଭାଯାତ୍ରାରେ ସାମିଲ ହୋଇ ହାତରେ ତ୍ରିରଙ୍ଗା ପତାକା ଧରି ବନ୍ଦେ ମାତରମ୍ ନାରା ଦେଇ ସହର ପରିକ୍ରମା କରିଥିଲେ।
ଏହ
ି ଯାତ୍ରାକୁ ଉଦ୍ଘାଟନ ପୂର୍ବକ ଜିଲ୍ଲାପାଳ ବିପତ୍ତି ସମୟରେ ଆମ ଦେଶ ଦେଶବାସୀଙ୍କ ମର୍ଯ୍ୟାଦା ଓ ସଂକଳ୍ପ ରକ୍ଷା କରିଥିବା ଦେଶର ସ୍ଥଳ, ଜଳ ଓ ଆକାଶ ବାହିନାର ବୀର ଯବାନଙ୍କୁ ପ୍ରଣାମ ଜଣାଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚଡ଼ି, କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ଶ୍ରୀମତୀ ନିକୁ ସାହୁ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ, ରବୀନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜ୍ୟୋତିର୍ମୟ ଭୁକ୍ତା, ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ଦଳାଇ, ଡେପୁଟି କଲେକ୍ଟର ସଂଗ୍ରାମ କେଶରୀ ପରିଡା, ଅଭିଳାଷ ପୁରୋହିତ, ଫିରୋଜ ଖାଁ, ଜିଲ୍ଲା ସଂସ୍କୃତି ଅଧିକାରୀ ରମେଶ ନାୟକ, ସହକାରୀ ଜିଲ୍ଲାପାଳ ସନ୍ତୋଷ ଜେନା, ସରୋଜ ମଲ୍ଲିକ, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରବୀର କୁମାର ଦେଓ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ପର୍ଶୁରାମ ବେହେରା କେନ୍ଦୁଝରଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀ, ପାରିଷଦ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ଶୋଭାଯାତ୍ରା ସମାପ୍ତ ହେବା ପରେ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।