ପୁରୀ: ଆସନ୍ତା ଜୁନ୍ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପ୍ରଥମ ରଥଯାତ୍ରା ସମନ୍ବୟ ବୈଠକ ପୁରୀ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାଞ୍ଚଳ ଆରଡିସି ବି. ପରମେଶ୍ବରମଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରାକୁ କିଭଳି ଶାନ୍ତି ଶୃଙ୍ଖଳା ସହିତ ସୁରୁଖୁରୁରେ ସମ୍ପାଦନ କରାଯାଇପାରିବ ସେ ନେଇ ଆଲୋଚନା ହୋଇଛି ।

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଓ ଶ୍ରୀଜଗନ୍ନାଥ ଧାମକୁ ନେଇ ସ୍ଵତନ୍ତ୍ର ଆପ୍ ସହ ୱେବସାଇଟ୍ ହେବ । ରଥଯାତ୍ରା ସମୟରେ ରେଳ ବିଭାଗ ପକ୍ଷରୁ ୩୬୫ଟି ସ୍ଵତନ୍ତ୍ର ଟ୍ରେନ୍ ଚଳାଚଳ କରିବ । ସିସିଟିଭି, ଅତ୍ୟାଧୁନିକ ଡ୍ରୋନ୍ କ୍ୟାମେରା ସହିତ AI କ୍ୟାମେରା ନଜରରେ ରହିବ ପୁରୀ । ବିଶେଷ କରି ରଥ କାଠ ଯୋଗାଣ, ରଥ ନିର୍ମାଣ, ନୀତି ସଂପାଦନ, ସ୍ଵାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ ଆଦି ୨୧ଟି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।

ରଥଯାତ୍ରା ସମୟରେ ଲୋକଙ୍କ ପାଇଁ ୫ ଲକ୍ଷ ଟଙ୍କାର ବୀମା ବ୍ୟବସ୍ଥା କରାଯିବ । ରଥଯାତ୍ରା ପାଇଁ ରଥ ଦଉଡ଼ି, ଅଣସର ପାଇଁ ୧୬୮ କେ.ଜି ଝୁଣା, ୩୦୦ କେ.ଜି ଚନ୍ଦନ କାଠ ମହଜୁଦ ଅଛି । ରଥ ନିର୍ମାଣ ପାଇଁ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ବିଗତ ବର୍ଷର ୫୧ ଖଣ୍ଡ ବଳକା ରହିଛି । ଖପୁରିଆ କରତକଳକୁ ଆବଶ୍ୟକ ୪୧୮ ଖଣ୍ଡ କାଠ ମଧ୍ୟରୁ ୧୫୭ ଖଣ୍ଡ ଏବଂ ରଥଖଳା ପାଇଁ ଆବଶ୍ୟକ ୩୯୬ ଖଣ୍ଡ କାଠ ମଧ୍ୟରୁ ୧୬୯ ଖଣ୍ଡ କାଠ ପହଞ୍ଚି ସାରିଛି ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ 

hadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ଜିତେନ୍ଦ୍ର ସାହୁ ସୂଚନା ଦେଇଥିଲେ ।

ସେହିପରି ରଥଯାତ୍ରାରେ ଶୃଙ୍ଖଳିତ ନୀତି କାନ୍ତି, ଜନଗହଳି ନିୟନ୍ତ୍ରଣ, ବିଭିନ୍ନ ବିଭାଗର ସେବା ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା ସହ ନିଷ୍ପତ୍ତି ନିଆଯାଇଛି । ବିଶେଷ କରି ସ୍ଵାସ୍ଥ୍ୟ ଓ ବିଦ୍ୟୁତ୍ ଯୋଗାଣ ନେଇ ବୈଠକରେ ବେଶ୍ ସରଗରମ ଆଲୋଚନା ହୋଇଥିଲା । ରଥଯାତ୍ରା ସମୟରେ ୩୬୫ଟି ସ୍ଵତନ୍ତ୍ର ଟ୍ରେନ ଚଳାଚଳ କରିବ । ଭିନ୍ନକ୍ଷମଙ୍କ ଦର୍ଶନ ପାଇଁ ବଡଦାଣ୍ଡର ୫ ରୁ ୭ ସ୍ଥାନରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବ । ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ପାଇଁ ଡାଟା ବେସ ପ୍ରସ୍ତୁତ ହେଉଛି ବୋଲି କହିଛନ୍ତି କେନ୍ଦ୍ରାଞ୍ଚଳ ଆରଡିସି ବି. ପରମେଶ୍ୱରମ୍ ।

ସ୍ଵାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାକୁ ନେଇ ବୈଠକରେ ଉଦବେଗ ପ୍ରକାଶ ପାଇଥିଲା । ରଥଯାତ୍ରା ସମୟରେ ସ୍ବାସ୍ଥ୍ୟବସ୍ଥା ଉପରେ ଗୁରୁତ୍ଵ ଦିଆଯାଇଛି ।‌ ୧୪୦ଟି ଅଧିକ ଶଯ୍ୟା, ୩୩ଟି ଆଶୁ ଚିକିତ୍ସା କେନ୍ଦ୍ର ଓ ୫ ଜଣ ଫୁଡ୍ ଇନ୍ସପେକ୍ଟର ଆସିବେ ବୋଲି ବୈଠକରେ ପୁରୀ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।‌

ବଡ଼ଦାଣ୍ଡର ଉଭୟ ପାର୍ଶ୍ଵର ନାଳ ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି । ରେଡ଼କ୍ରସ ରୋଡ ସମେତ କ୍ରସ ଡ୍ରେନ୍ ଓ ବଡ଼ଦାଣ୍ଡର ସଫେଇ କାର୍ଯ୍ୟ ମେ ୧୫ ସୁଦ୍ଧା ଶେଷ ହେବ । ବଡ଼ଦାଣ୍ଡକୁ ୧୫ଟି ଜୋନରେ ବିଭକ୍ତ କରାଯାଇଛି । ୧୪ଟି ଜଳମଗ୍ନ ଅଞ୍ଚଳ ଚିହ୍ନଟ କରାଯାଇଛି । ଜୁନ୍ ସୁଦ୍ଧା ବଡ଼ଦାଣ୍ଡକୁ ସଂଯୋଗ କରୁଥିବା ସାହି, ଗଳିକନ୍ଦି ନାଳ ସଫେଇ ଶେଷ କରାଯିବ ।

0 Comments