( ଵ୍ୟୁରୋ )71ତମ ଜାତୀୟ ଫିଲ୍ମ ପୁରସ୍କାର ଘୋଷଣା ହୋଇଛି । ଏଥିରେ ଅନେକ ଫିଲ୍ମ ଇଣ୍ଡଷ୍ଟ୍ରିର ତମାମ ଅଭିନେତା, ଅଭିନେତ୍ରୀ ଏବଂ ଫିଲ୍ମକୁ ପୁରସ୍କାର ମିଳିଥିବା ବେଳେ ଓଲିଉଡର ନାଁ ମଧ୍ୟ ସାମିଲ ହୋଇଛି । ଶ୍ରେଷ୍ଠ ଫିଚର ଫିଲ୍ମ ଭାବେ 'ପୁଷ୍କରା'କୁ ଜାତୀୟ ପୁରସ୍କାର । ସେହିପରି 'ଦ ସି ଆଣ୍ଡ ସେଭନ ଭିଲେଜେସ୍' ଓ 'ମୋ ବୋଉ, ମୋ ଗାଁ' ନାଁ ବି ମନୋନୀତ ହୋଇଛି । 'ଦ ସି ଆଣ୍ଡ ସେଭନ ଭିଲେଜେସ୍' ନନ ଫିଚର ଫିଲ୍ମ (non feature film, special mention)ରେ ମନୋନୀତ ହୋଇଥିବା ବେଳେ 'ମୋ ବୋଉ, ମୋ ଗାଁ' (non feature film, best biographical/ historical reconstruction/complication film) ପାଇଁ ପାଇବ ଜାତୀୟ ପୁରସ୍କାର । ଏଥିସହ ଓଲିଉଡ ଅଭିନେତ୍ରୀ ପ୍ରକୃତି ମିଶ୍ର ମଧ୍ୟ ଜୁରୀ ସଦସ୍ୟା ଭାବେ ଜାତୀୟ ପୁରସ୍କାର ପାଇବେ । ଯାହା ଓଡ଼ିଶା ଏବଂ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରି ପାଇଁ ଗର୍ବର ବିଷୟ ।
ate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 17px;">ପୁଷ୍କରା' ଫିଲ୍ମ ବିଷୟରେ କହିବାକୁ ଗଲେ,
ସେପ୍ଟେମ୍ୱର 19ରେ ରିଲିଜ ହୋଇଥିଲା ଏହି ଫିଲ୍ମ । ଶଙ୍କର ତ୍ରିପାଠୀଙ୍କ ରଚିତ ଓଡ଼ିଆ ଉପନ୍ୟାସ 'ନାଦ ବିନ୍ଦୁ'ରୁ ପ୍ରସ୍ତୁତ ହୋଇଛି ଚଳଚିତ୍ର ପୁଷ୍କରା । ଏହି ଫିଲ୍ମର କାହାଣୀ ଏବଂ ସଂଳାପ ମଧ୍ୟ ଶଙ୍କର ତ୍ରିପାଠୀ ଲେଖିଥିବା ବେଳେ ଶୁଭ୍ରାଂଶୁ ଦାସ ନିର୍ଦ୍ଦେଶନା ଦେଇଥିଲେ । ଏହି ଫିଲ୍ମରେ ଅନେକ ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ର, ଅଭିନେତ୍ରୀ ସୁପ୍ରିୟା ନାୟକ, ବିକାଶ ଚୌଧୁରୀ, ସ୍ବର୍ଗତ ଅଭିନେତା ପିଣ୍ଟୁ ନନ୍ଦ, ତ୍ରିଭୁବନ ପଣ୍ଡାଙ୍କ ସମେତ ଅନେକ କଳାକାର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଏହି ଫିଲ୍ମ ଲୋକଙ୍କ ମନ ଜିତିବା ସହ ପ୍ରଶଂସା ସାଉଁଟିଥିଲା । ବର୍ତ୍ତମାନ ଏହି ଫିଲ୍ମ 71ତମ ଜାତୀୟ ଫିଲ୍ମ ପୁରସ୍କାର ପାଇବାକୁ ଯାଉଛି ।
ଦ ସି ଆଣ୍ଡ ସେଭନ ଭିଲେଜେସ୍' ନନ ଫିଚର ଫିଲ୍ମ (non feature film, special mention)ରେ ମନୋନୀତ । ପୂର୍ବରୁ ଏହି ସିନେମାଟି ଦେଶ ବିଦେଶର ଅନେକ ଚଳଚିତ୍ର ଉତ୍ସବରେ ସ୍ଥାନ ପାଇ ସଫଳତା ସାଉଁଟିଛି । ସେଥିମଧ୍ୟରୁ କେରଳ ଫିଲ୍ମ ଫେଷ୍ଟିଭାଲ, ଜାଗରଣ ଫିଲ୍ମ ଫେଷ୍ଟିଭାଲ, ୟୁ ଏସର ଲେନ ଡକ ଫିଲ୍ମ ଫେଷ୍ଟିଭାଲ, 25th ମଦୁରାଇ ଇଣ୍ଟରନେସନଲ ଡକ୍ୟୁମେଣ୍ଟାରୀ ସର୍ଟ ଫିଲ୍ମ ଫେଷ୍ଟିଭାଲ, 10th ସିଲିଗୁଡି ସର୍ଟ ଆଣ୍ଡ ଡକ୍ୟୁମେଣ୍ଟାରୀ ଫିଲ୍ମ ଫେଷ୍ଟିଭାଲ ଅନ୍ୟତମ । ଏଥିସହ 54ତମ ଇଣ୍ଡିଆନ ପାନାରୋମାରେ ଏହା ପ୍ରଦର୍ଶିତ ହୋଇ ଲୋକପ୍ରିୟତା ହାସଲ କରିଥିଲା ।