ଭୁବନେଶ୍ବର: ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଲାଗି ରହିଛି । ଆଗାମୀ 10 ତାରିଖ ଯାଏଁ ବର୍ଷା ଲାଗି ରହିବ । କିନ୍ତୁ ଆଗାମୀ 2 ଦିନ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହେବାର ଆଶଙ୍କା ରହିଛି । ଆସନ୍ତା 48 ଘଣ୍ଟା ପାଇଁ ବର୍ଷା ନେଇ ସାରା ରାଜ୍ୟକୁ ସତର୍କ କରାଯାଇଛି । ସେହିପରି

ିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟାପ୍ରତି 50ରୁ 60 କିମି ବେଗରେ ବହିବ । ଯାହାକୁ ନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ଆଗାମୀ 24 ଘଣ୍ଟା ମଧ୍ୟରେ କୁଆପଥର ବର୍ଷା ସହ ବିଜୁଳି ଘଡଘଡି ଜନିତ ବର୍ଷା ନେଇ ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟ ଏହି 3 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିଭଳି ଉପକୂଳ ଓ ଏହାର ପାଶ୍ୱବର୍ତ୍ତୀ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କେନ୍ଦୁଝର, ନବରଙ୍ଗପୁର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ 30ରୁ 40 କିମି ରହିବ ।

ଆସନ୍ତାକାଲି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ଗଜପତି ଏହି 5 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ କୁଆପଥର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏହାସହ ଝଟକା ପବନର ବେଗ 50ରୁ 60 କିମି ରହିବ । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ରାୟଗଡ଼ା, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ 40ରୁ 50 କିମି ରହିବ ।

6 ତାରିଖରେ ମଧ୍ୟ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ । ଝଟକା ପବନର ବେଗ 40ରୁ 50 କିମି ରହିବ । ଯାହାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

0 Comments