ଭୁବନେଶ୍ବର: ଆହୁରି ୨ ଦିନ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । କିଛି ଜିଲ୍ଲାକୁ ବିଜୁଳି ଘଡଘଡ଼ି ପାଇଁ ୟେଲୋ ଚେତାବନୀ ଜାରି ହୋଇଛି । ଏହା ସହ ଏନ

େକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବିଜୁଳି ଘଡଘଡ଼ି ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ସେପଟେ ଆଗାମୀ ୪ରୁ ୫ ଦିନ ପରେ ପୁଣି ଦିନ ଓ ରାତିର ତାପମାତ୍ରା ବଢ଼ିବା ସହ ପ୍ରବଳ ଗରମ ଅନୁଭୂତ ହେବ ।

ଆଗାମୀ ୨୪ ଘଣ୍ଟାମଧ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ବିଜୁଳି ଘଡଘଡ଼ି ପାଇଁ କିଛି ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ ଓ ଅନୁଗୋଳ । ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦ କିମି ରହିବ ।

ସେହିପରି ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ନୂଆପଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ମୁଖ୍ୟତଃ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ରହିବ । ଜିଲ୍ଲା ଗୁଡିକ ହେଉଛି, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, କଟକ ଓ ଯାଜପୁର । ସେହିପରି ବାଲେଶ୍ବର, ଭଦ୍ରକ, କଟକ, ଯାଜପୁର, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳକ ପାଣିପାଗ ବିଭାଗ ।

0 Comments