ଭୁବନେଶ୍ବର: ରାଜ୍ୟରେ ୩ ଦିନ ଯାଏଁ ଲାଗିରହିବ ବର୍ଷା । ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିଛି । ୨୨ରୁ ପାଗରେ ପରିବର୍ତ୍ତନ ଆସିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତାକୁ ନେଇ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ । ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୋଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହେବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶାର କିଛି ଅଞ୍ଚଳମାନଙ୍କରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ୨ ଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ଅଛି । ୨୧ ତାରିଖରେ ଖୋର୍ଦ୍ଧା,ପୁରୀ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ଏହାସହ ଆସନ୍ତା ୨୪ ଘଣ୍ଟାରେ କୁହୁଡି ନେଇ କୌଣସି ୱାର୍ଣ୍ଣିଂ ନଥିବାବେଳେ ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଅର୍ଥାତ ଶୀତର ପ୍ରକୋପ ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ରୁ ପାଗରେ ପରିବର୍ତ୍ତନ ଆସିବ । ଗତ ୨୪ ଘଣ୍ଟାରେ ରାଉରେକଲାରେ ସର୍ବନିମ୍ନ ତାପମାତ୍ରା ୮.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ପାହାଡିଆ ଅଞ୍ଚଳ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ୱରରେ ୨୦.୪ ଓ କଟକରେ ୧୮.୫ ରେ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି ।


0 Comments