ଭୁବନେଶ୍ବର: ରାଜ୍ୟରେ ଆହୁରି 3ରୁ4 ଦିନ ନିର୍ଦ୍ଧୁମ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଗାମୀ 24ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ପୁରା ରାଜ୍ୟରେ ଆଗାମୀ 3ରୁ 4 ଦିନ ପର୍ଯ୍ଯନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଲଗାଣ ବର୍ଷା ମଧ୍ୟ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଦୁଇଟି ଜିଲ୍ଲା ପାଇଁ ରେଡ଼ ଆର୍ଲଟ ମଧ୍ୟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଗାମୀ 24ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସ
ଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିବା ବେଳେ ଆଗାମୀ ୨୪ଘଣ୍ଟା ପାଇଁ ଦୁଇଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି । ଯାହାକି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ତଥା ଭାରି ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ବଜ୍ରପାତର ମଧ୍ୟ ଆଲର୍ଟ ଜାରି କରାଯାଇଛି ।
ସେହିପରି ବାଲେଶ୍ବର,ଭଦ୍ରକ, ଯାଯାପୁର, ଅନୁଗୋଳ, କେନ୍ଦ୍ରାପଡା, ଢେଙ୍କାନାଳ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ସୁନ୍ଦରଗଡ ଆଦି ଜିଲ୍ଲା ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସହ ବିଜୁଳି, ଘଡଘଡି, ବଜ୍ରପାତ ଏବଂ ଝଟକା ପବନ ୩୦ରୁ ୪୦କିମି ବେଗରେ ବହିବା ସମ୍ଭାବନା କରିଛି।