କଟକ: ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ସମୀର ଦେ । ଆଜି କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ତଳେ ହସ୍ପିଟାଲରେ ସମୀରଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ ସଦ

ର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ରହିଛନ୍ତି ସମୀର । 2004ରୁ 2009 ପର୍ଯ୍ୟନ୍ତ ଉଚ୍ଚଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ସମୀର ଦେ । ମୃତ୍ୟୁ ବେଳକୁ ତାଙ୍କୁ 67ବର୍ଷ ବୟସ ହୋଇଥିଲା । କିଛି ବର୍ଷ ପୂର୍ବେ ତାଙ୍କର କିଡନୀ ପ୍ରତ୍ୟାରୋପଣ କରାଯାଇଥିଲା।

କଟକ ଆସନରୁ ତିନି ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ସମୀର। 1995, 2000 ଓ 2004ରେ ବିଜେପି-ବିଜେଡି ମେଣ୍ଟ ସରକାରରେ ସେ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଛନ୍ତି । 2004-2009 ମଧ୍ୟରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ଉଚ୍ଚଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବେ ଗୁରୁଦାୟିତ୍ବ ତୁଲାଇଛନ୍ତି ସମୀର ଦେ ।

ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କର ଆଜି ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ସମୀରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ବ୍ୟକ୍ତ କରିଛନ୍ତି । ସମୀର ଦେଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସମୀର ଦେଙ୍କ ବିୟୋଗ ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବହୁ କେନ୍ଦ୍ର ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।

ବିଧାନସଭା ପରିସରକୁ ନିଆଯାଇ ସମୀରଙ୍କ ପାର୍ଥିବ ଶରୀର । ଏହାପରେ ଭୁବନେଶ୍ବର ସ୍ଥିତ ବିଜେପି କାର୍ଯ୍ୟାଳୟରୁ କଟକ ଫେରିବ । ମଧୁପାଟଣା ଛକ, ଦୋଳମୁଣ୍ଡାଇ, ବକ୍ସି ବଜାର ଦେଇ ଷ୍ଟାଡିୟମ, ତେଲେଙ୍ଗା ବଜାର ଦେଇ ଖାନନଗର ଅଣାଯିବ । ଖାନନଗର ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହେବ।

0 Comments