ପୁରୀ: ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ । ଶରଧାବାଲିରେ ଠେଲାପେଲା । ଶ୍ରୀଗୁଣ୍ଡିଚା ମନ୍ଦିର ରଥ ସମ୍ମୁଖରେ ଭକ୍ତଙ୍କ ପ୍ରବଳ ଭିଡ ଯୋଗୁଁ ଠେଲାପେଲା ପରିସ୍ଥିତି ସୃଷ୍ଟି । ଏଥିରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଛଅରୁ ଅଧିକ ବ୍ୟକ୍ତି ଆହତ ହୋଇଥିବା ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ।ଆହାତମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ଆଜି ଭୋର ସାଢେ 4ଟା ମସୟରେ ଏହି ଅଘଟଣ ଘଟିଛି । ଶ୍ରୀଜୀଉଙ୍କ ଦର୍ଶନ ସମୟରେ ଭକ୍ତଙ୍କ ଅସମ୍ଭାଳ ଭିଡ଼ ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଜଗନ୍ନାଥଙ୍କ ଦର୍ଶନ ବେଳେ ହୋଇଥିଲା ଠେଲାପେଲା ।
ଏନେଇ
box-sizing: border-box; --tw-border-spacing-x: 0; --tw-border-spacing-y: 0; --tw-translate-x: 0; --tw-translate-y: 0; --tw-rotate: 0; --tw-skew-x: 0; --tw-skew-y: 0; --tw-scale-x: 1; --tw-scale-y: 1; --tw-pan-x: ; --tw-pan-y: ; --tw-pinch-zoom: ; --tw-scroll-snap-strictness: proximity; --tw-gradient-from-position: ; --tw-gradient-via-position: ; --tw-gradient-to-position: ; --tw-ordinal: ; --tw-slashed-zero: ; --tw-numeric-figure: ; --tw-numeric-spacing: ; --tw-numeric-fraction: ; --tw-ring-inset: ; --tw-ring-offset-width: 0px; --tw-ring-offset-color: #fff; --tw-ring-color: rgba(66,153,225,.5); --tw-ring-offset-shadow: 0 0 #0000; --tw-ring-shadow: 0 0 #0000; --tw-shadow: 0 0 #0000; --tw-shadow-colored: 0 0 #0000; --tw-blur: ; --tw-brightness: ; --tw-contrast: ; --tw-grayscale: ; --tw-hue-rotate: ; --tw-invert: ; --tw-saturate: ; --tw-sepia: ; --tw-drop-shadow: ; --tw-backdrop-blur: ; --tw-backdrop-brightness: ; --tw-backdrop-contrast: ; --tw-backdrop-grayscale: ; --tw-backdrop-hue-rotate: ; --tw-backdrop-invert: ; --tw-backdrop-opacity: ; --tw-backdrop-saturate: ; --tw-backdrop-sepia: ; font-weight: bolder; font-family: __Noto_Sans_fba9a0, __Noto_Sans_Fallback_fba9a0; font-size: 21px !important;">ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ
କହିଛନ୍ତି," ଗତ ରାତିରେ ଯେଉଁ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା, ସେଥିରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ବ୍ୟବଚ୍ଛେଦ ପ୍ରକ୍ରିୟା ଚାଲିଛି, ରିପୋର୍ଟ ଆସିଲା ପରେ ହିଁ ପ୍ରକୃତ ତଥ୍ୟ ଜଣାପଡ଼ିବ ।ଯେତେବେଳେ ମହାପ୍ରଭୁଙ୍କ ପହୁଡ଼ ଖୋଲାଗଲା ସେତେବେଳେ ନନ୍ଦିଘୋଷ ରଥ ଆଡ଼କୁ ପ୍ରବଳ ଭକ୍ତ ମାଡ଼ି ଆସିଲେ। ଫଳରେ ସେଠାରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା, ଯେଉଁଥିରେ 9ଜଣ ବ୍ୟକ୍ତି ଆହତ ହୋଇଥିଲେ । ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା, ସେମାନଙ୍କ ମଧ୍ୟରୁ 3 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହାତ 6 ଜଣଙ୍କ ଅବସ୍ଥା ସ୍ଥିର ରହିଛି ।"