ଭୁବନେଶ୍ବର: ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିରେ ଜାମ୍ମୁ-କାଶ୍ମୀରରେ ଦେଖା ଦେଇଛି ଜରୁରୀକାଳୀନ ପରିସ୍ଥିତି । ଏହି ପରିପ୍ରେକ୍ଷୀରେ ଜାମ୍ମୁ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ପରେ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ସୁ

କ୍ଷିତ ଭାବେ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି ।

କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଓ ଜାମ୍ମୁରେ ଅଧ୍ୟୟନରତ ଅଛନ୍ତି ୧୧୪ ଓଡ଼ିଆ ଛାତ୍ରଛାତ୍ରୀ । ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଓଡ଼ିଶା ଫେରେଇ ଆଣିବାକୁ ବ୍ୟବସ୍ଥା କରାଯାଉଛି । ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ମିଳିତ ସହଯୋଗରେ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଓଡ଼ିଶା ଫେରେଇ ଆଣିବାକୁ ବ୍ୟବସ୍ଥା କରାଯାଇଛି । ଓଡ଼ିଆ ଛାତ୍ରଛାତ୍ରୀଙ୍କର ସୁରକ୍ଷିତ ପ୍ରତ୍ୟାବର୍ତ୍ତନକୁ ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି । ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି ।

ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ୪ ଜଣ ବରିଷ୍ଠ ଅଧିକାରୀ ଓ ୧୬ ଜଣ ସହଯୋଗୀ କର୍ମଚାରୀ ଏବଂ ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କୁ ଛାତ୍ରଛାତ୍ରୀଙ୍କର ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ଦାୟିତ୍ୱରେ ନିୟୋଜିତ କରାଯାଇଛି । ସମ୍ପୃକ୍ତ ଅଧିକାରୀମାନେ ଏହି କାର୍ଯ୍ୟର ତଦାରଖ କରୁଛନ୍ତି । ଆଜି ସୁଦ୍ଧା ଓଡ଼ିଆ ଛାତ୍ରଛାତ୍ରୀମାନେ ଯେପରି ଓଡ଼ିଶାରେ ସୁରକ୍ଷିତ ଭାବରେ ପହଂଚିପାରିବେ ତାହା ଲକ୍ଷ୍ୟ ରଖାଯାଇଛି ।

ଓଡ଼ିଆ ଛାତ୍ରଛାତ୍ରୀମାନଙ୍କର ସୁବିଧା ପାଇଁ ଓଡ଼ିଶା ସରକାରଙ୍କ ଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶା ନିବାସ, ନୂଆଦିଲ୍ଲୀ ଓ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯାଇଛି ।


0 Comments