କେନ୍ଦୁଝର: ମହିଳାଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ବହୁ ଆକାଂକ୍ଷିତ ଯୋଜନା ସୁଭଦ୍ରାର ଫର୍ମ ବଣ୍ଟନ ଓ ଆବେଦନ ପ୍ରକ୍ରିୟା ଇତିମଧ୍ୟରେ ଆରମ୍ଭ ହୋଇସାରିଛି । ଏହି ଯୋଜନା ସମ୍ପର୍କିତ ଲୋକଙ୍କ ଭିତରେ ରହିଯାଇଥିବା ଭ୍ରମ ଓ ଭ୍ରାନ୍ତ ଧାରଣାକୁ ଦୂର କରି ହିତାଧିକାରୀଙ୍କୁ ସଠିକ ତଥ୍ୟ ପ୍ରଦାନ ପୂର୍ବକ ସଚେତନ କରିବା ଲକ୍ଷ୍ୟ ନେଇ ସମଗ୍ର ରାଜ୍ୟରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । 

ଏହିପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଜିଲ୍ଲାର ସମସ୍ତ ୧୩ ବ୍ଲକ ଓ ପୌରାଞ୍ଚଳର ଅଧିବାସୀଙ୍କୁ ସୁଭଦ୍ରା ଯୋଜନା ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିବା ପାଇଁ ୭ ଗୋଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । 

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ସବୁଜ ପତାକା ପ୍ରଦର୍ଶନ କରି ଆନୁଷ୍ଠାନିକ ଭାବେ ଏହି ସୁସଜ

୍ଜିତ ରଥର ଶୁଭାରମ୍ଭ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ଜିଲ୍ଲାପାଳ ଵିଶାଲ ସିଂହ, ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ, ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସୁଧା ଗୋସ୍ୱାମୀ ଓ ଅନ୍ୟ ଜିଲ୍ଲା ଅଧିକାରୀ ଉପସ୍ଥିତ ଥିଲେ । 

ନିଜ ବିବୃତିରେ ମନ୍ତ୍ରୀ ଶ୍ରୀ ସିଂହଖୁଣ୍ଟିଆ ଏହି ଯୋଜନା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ମହିଳା ମାନଙ୍କ ପ୍ରତି ଥିବା ସମ୍ମାନ ଓ ସେମାନଙ୍କ କଲ୍ୟାଣ ଲାଗି ଥିବା ପ୍ରତିବଦ୍ଧତାର ପ୍ରମାଣ ବୋଲି କହିଥିଲେ ।

ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଚାଲିଥିବା ଆବେଦନର କୌଣସି ଶେଷ ତାରିଖ ନାହିଁ, ସମସ୍ତ ଯୋଗ୍ୟା ମା ଓ ଭଉଣୀ ମାନଙ୍କୁ ଏହି ଯୋଜନାର ଲାଭ ନିଶ୍ଚୟ ମିଳିବ ବୋଲି କହିଥିଲେ । 

ଏହି ସଚେତନତା ରଥ ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳ ଗସ୍ତ କରି ଲୋକଙ୍କୁ ସଚେତନ କରିବ ।

0 Comments