(ବ୍ୟୁରୋ)ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ମହାକାଶଚାରୀ ଜୁନ 2024ରୁ ମହାକାଶ ସ୍ଥାପିତ ଅନ୍ତର୍ଜାତୀୟ ସ୍ପେଶ ଷ୍ଟେସନ (ISS)ରେ ଫସି ରହି ଶେଷରେ ସୁରକ୍ଷିତ ଭାବେ ପୃଥିବୀକୁ ଫେରିଛନ୍ତି । କ୍ରୁ-9 ସଦସ୍ୟ ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ସହ ବଚ୍ ୱିଲମୋର, ନିକ ହଗ୍ ଏବଂ କସମୋନଟ୍ ଆଲେକ୍ସଜାଣ୍ଡାର୍ ଗୋର୍ବୁନୋଭ ପୃଥିବୀରେ ଫେରିଛନ୍ତି । ଏହି ସମସ୍ତ ମହାକାଶଚାରୀମାନେ ସ୍ପେଶଏକ୍ସ (SpaceX) ଡ୍ରାଗନ୍ ମହାକାଶ ଯାନ ମାଧ୍ୟମରେ ଫ୍ଲୋରିଡାର ଗଲ୍ଫ୍ କୋଷ୍ଟରେ ସୁ
କ୍ଷିତ ଭାବରେ ଅବତରଣ କରିଛନ୍ତି ।
କ୍ରୁ-9 ମାର୍ଚ୍ଚ 18, 2025ରେ ଭାରତୀୟ ସମୟ (IST) ପୂର୍ବାହ୍ନ 10.35ରେ ଅନ୍ତର୍ଜାତୀୟ ସ୍ପେଶ ଷ୍ଟେସନର ହ୍ୟାଚ୍ ବନ୍ଦ କରି ଅନଡକ୍ କରି ପୃଥିବୀ ଆଡକୁ ଯାତ୍ରା ଆରମ୍ଭ କରିଥିଲେ । ଏହାପରେ ସ୍ପେଶଏକ୍ସର ଡ୍ରାଗନ୍ ମହାକାଶ ଯାନ ପୃଥିବୀକୁ ଫେରିବା ପାଇଁ ଏକ ସ୍ବତନ୍ତ୍ର ପଦ୍ଧତି ଗ୍ରହଣ କରିଥିଲା । ଯାହାଦ୍ବାରା ମହାକାଶ ଯାନ ସୁରକ୍ଷିତ ଭାବରେ ପୃଥିବୀର ବାୟୁମଣ୍ଡଳକୁ ପ୍ରବେଶ କରିଥିଲା ଏବଂ ନିର୍ଦ୍ଦିଷ୍ଟ ସ୍ଥାନରେ ପାଣିରେ ଅବତରଣ କରିପାରିଛି ।