କଟକ: ଆରମ୍ଭ ହୋଇଛି ଅଫଲାଇନ୍ ଟିକେଟ ବିକ୍ରି । ଆସନ୍ତା ଭାରତ-ଇଂଲଣ୍ଡ ଏକଦିବସୀୟ ମ୍ୟାଚ ପାଇଁ ଆଜିଠୁ ଆରମ୍ଭ ହୋଇଛି ଅଫଲାଇନ ଟିକେଟ ବିକ୍ରି । ଅଲାଇନ ଟିକେଟ ମାତ୍ର କେଇ ମିନିଟରେ ଶେଷ ହୋଇଯିବା ପରେ ଅଫଲାଇଟନ ଟିକେଟ ପାଇଁ କାଉଣ୍ଟର ଆଗରେ ଅସମ୍ଭାଳ ଭିଡ । ଦଳଚକଟା ପରିସ୍ଥିତି ଉପୁଜିଛି । ଉତ୍ସାହିତ ଫ୍ୟାନ୍ସଙ୍କ ଅସମ୍ଭବ ଭିଡ ପାଇଁ ନାକେଦମ ପୋଲିସ । ହଜାର ହଜାର କ୍ରିକେଟ ଫ୍ୟାନ୍ସ କାଉଣ୍ଟର ଆଗରେ ଲମ୍ବା ଲାଇନ ଲଗାଇଛନ୍ତି ଗତକାଲି ରାତିଠୁ । ଏପଟେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ଫେବୃଆରୀ 9 ତାରିଖରେ ଖେଳାଯିବ ବହୁ ପ୍ରତିକ୍ଷୀତ ଭାରତ-ଇଂଲଣ୍ଡ ଦିନିକିଆ

ମ୍ୟାଚ । ତେବେ ଦଳଚକଟାରେ 10ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ବୁଧବାରଠୁ ଆରମ୍ଭ ହୋଇଥିବା ଅଫଲାଇନ ଟିକେଟ ପାଇଁ ଗତକାଲିଠୁ ମହିଳାଙ୍କ ସମେତ ପୁରୁଷମାନେ ଲମ୍ବା ଲାଇନରେ ଘଣ୍ଟା ଘଣ୍ଟା ଧରି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା । ବାରବାଟୀ ଷ୍ଟାଡିୟମ ପରିସରରେ ଥିବା ୪ଟି କାଉଣ୍ଟରରେ ଟିକେଟ ବିକ୍ରି ଆରମ୍ଭ ହୋଇଛି । ଏହା ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିଥିଲା ଓସିଏ ଓ କମିଶନରେଟ ପୋଲିସ । ଜଣେ ବ୍ୟକ୍ତି ପିଛା 2ଟି ଲେଖାଏଁ ଟିକେଟ ବିକ୍ରି କରିବାକୁ ଥିବାବେଳେ ଏଥିପାଇଁ ଫଟୋ ପରିଚୟ ପତ୍ର ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଆଜି ଏବଂ କାଲି ( 5 ଏବଂ 6 ତାରିଖ) ଦୁଇ ଦିନ ଧରି ଚାଲିବ ଅଫଲାଇନ ଟିକେଟ ବିକ୍ରି ।

ବୁଧବାରଠୁ ଆରମ୍ଭ ହୋଇଛି ଅଫ୍‌ଲାଇନ ଟିକଟ ବିକ୍ରି । କାଉଣ୍ଟରରେ ପ୍ରାୟ 12 ହଜାର ଟିକଟ ବିକ୍ରି ହେବ । ବିରାଟ କୋହଲି, ରୋହିତ ଶର୍ମା, ଜୋସ ବଟଲରଙ୍କ ଭଳି ଖେଳାଳି ଆସୁଥିବାରୁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ । ଅନଲାଇନ୍‌ରେ ଟିକଟ କିଣିପାରିନଥିବା କ୍ରିକେଟ୍‌ପ୍ରେମୀ ଅଫ୍‌ଲାଇନ୍‌ରେ କିଣିବାକୁ ଲମ୍ବା ଲାଇନରେ ଠିଆ ହୋଇଛନ୍ତି । ଟିକେଟ ବିକ୍ରି ପାଇଁ ଚଳିତଥର 4ଟି ଟିକେଟ କାଉଣ୍ଟର କରାଯାଇଛି । ଭିଡ଼ ନିୟନ୍ତ୍ରଣଠାରୁ ଆରମ୍ଭ କରି ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଏଠାରେ କୌଣସି ବି ଗୋଟିଏ ଜିନିଷ ସୁବନ୍ଦୋବସ୍ତ ହୋଇନାହିଁ । ଟିକେଟ କାଉଣ୍ଟର ଆଗରେ ଭିଡ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି ପୋଲିସ ପ୍ରଶାସନ ଏବଂ ଓସିଏ । ପୋଲିସ ଠିଆ ହୋଇ ସବୁ ଦେଖୁଛି କିନ୍ତୁ ଲୋକଙ୍କ ଭିଡ ଏଡାଇପାରୁନି କି ଠେଲାପେଲା ରୋକିବାରେ ସଫଳ ହୋଇନାହିଁ," ବୋଲି କହିଛନ୍ତି ଜଣେ ମହିଳା କ୍ରିକେଟ ଫ୍ୟାନ୍ସ ।

6 ବର୍ଷ ପରେ ବାରବାଟୀକୁ ଫେରୁଛି ଅନ୍ତର୍ଜାତୀୟ କ୍ରିକେଟ । ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆର ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯିବା ପରେ ଦ୍ୱିତୀୟ ମ୍ୟାଚ ଆସନ୍ତା 9 ତାରିଖରେ ବାରବାଟୀରେ ଖେଳାଯିବ ।

0 Comments