ଭୁବନେଶ୍ବର: ଘରୋଇ ବସ୍ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି। ଘରୋଇ ବସ୍ରେ ଯାତ୍ରା କରିବା ପାଇଁ ଆଉ ସେମାନେ ହଇରାଣ ହେବେ ନାହିଁ। ଅର୍ଥାତ ଆସନ୍ତାକାଲି (ଶନିବାର) ଠାରୁ ଯାତ୍ରୀବାହୀ ଘରୋଇ ବସ୍ ଚଳାଚଳ କରିବ। ଘରୋଇ ବସ୍ଗୁଡ଼ିକ ପୂର୍ବ ଭଳି ପୁଣି ସ୍ବାଭାବିକ ଢଙ୍ଗରେ ଚାଲିବ। ଘରୋଇ ବସ୍ ମାଲିକ ସଂଘର ସଂପାଦକ ଦେବେନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ପୁରୀରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି।
କଟକରେ ଘରୋଇ ବସ୍ ଚଳାଚଳ ସ୍ଵାଭାବିକ ହେବ।
ox; color: rgb(226, 57, 64); text-decoration-thickness: 1px; text-decoration-style: solid; text-decoration-color: rgb(226, 57, 64); cursor: pointer; margin: 0px auto; max-width: 687px; transition: text-decoration 0.25s, opacity 0.25s; font-family: "Noto Sans Oriya", Helvetica, Arial, sans-serif; font-size: 18px; text-align: justify;">କଟକ
ଘରୋଇ ବସ୍ ମାଲିକ ସଂଘ ଆଉ ଡ୍ରାଇଭର ମହାସଂଘ ଧର୍ମଘଟକୁ ସମର୍ଥନ ଜଣାଇବେ ନାହିଁ। ଧର୍ମଘଟର ସମାଧାନ ହେଉ ନ ଥିବାରୁ ବସ୍ ଚଳାଚଳ ବନ୍ଦ ରହିଥିବା ହେଉ ମାଲିକ କ୍ଷତି ସହୁଛନ୍ତି। ତେଣୁ ଯାତ୍ରୀଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଥିବାରୁ ଏହାକୁ ମଧ୍ୟ ନଜରକୁ ନେଇଛି ବସ୍ ମାଲିକ ସଂଘ।