ଭୁବନେଶ୍ବର: ଭିଜିବ ସାରା ଓଡ଼ିଶା । ବର୍ଷା ସାଙ୍ଗକୁ ପ୍ରବଳ ବଜ୍ରପାତ ଓ ଝଟକା ପବନ ବହିବାର ସମ୍ଭାବନା ରହିଛି । ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିଲେ ମଧ୍ୟ ବାୟୁ ମଣ୍ଡଳରେ ଥିବା ଜଳୀୟବାଷ୍ପର ପରିମାଣକୁ ନେଇ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଆସନ୍ତା 6 ତାରିଖ ଯାଏଁ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ଲାଗି ରହିବ । ଯାହାକୁ ନେଇ 30 ଯାକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଚେତାବନୀ ଜାରି କରିଛି ।
ଆଗାମୀ 24 ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ପ୍ରବଳ ବଜ୍ରପାତ ନେଇ ପାଣିପାଗ ବିଭାଗ 27 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଜିଲ୍ଲାଗୁଡ଼ିକ ହେଉଛି କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର
ns_Fallback_fba9a0; font-size: 20px;"> । ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ 30-40 କିମି ରହିବ ।
3 ତାରିଖରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ପାଇଁ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
4 ତାରିଖରେ ସାରା ରାଜ୍ୟରେ ବର୍ଷା ସହ ପ୍ରବଳ ଯୋରରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ବହିବାର ସମ୍ଭାବନା ରହିଛି । 30ଟି ଯାକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।